ଭୋଜି ଖାଇବାକୁ ଯାଇଥିଲେ, ଫେରିବା ବାଟରେ ବାଇକ୍‌ ସହ ମୁହାଁମୁହିଁ; ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ମୋହନା୧୦ା୬(ମନ୍ମଥ ମିଶ୍ର)-ବନ୍ଧାଗୁଡା ଗ୍ରାମକୁ ଏକ ଭୋଜି ଖାଇବାକୁ ଯାଇ ଫେରୁଥିବା ବେଳେ ଏକ ବାଇକ୍‌ ଧକ୍କାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଯୁବକ ଫେରାର ହୋଇଯାଇଛନ୍ତି। ଖବରରୁ ଜଣାପଡିଛି , ଏଣ୍ଡ୍ରିମା ଗ୍ରାମର ଭୀମ ମଳିକ (୬୨) ଓ ସ୍ତ୍ରୀ କାରିମାଙ୍ଗା (୪୭) ଘରୁ ବାହାରି ବନ୍ଧାଗୁଡା ଗ୍ରାମକୁ ଜଣେ ସମ୍ପର୍କୀୟଙ୍କ ଘରକୁ ଭୋଜି ଖାଇବାକୁ ଯାଇ ଏକ୍ସଏଲ ଗାଡ଼ିରେ ଗାଁକୁ ଫେରୁଥିଲେ। ଏହି ସମୟରେ ଅପରପାର୍ଶ୍ୱରୁ ଦ୍ରୁତ ଗତିରେ ଆସୁଥିବା ଏକ ଆରୱାନ ଫାଇବ ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ସ୍ବାମୀ ସ୍ତ୍ରୀ ଉଭୟେ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଭୀମଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ସ୍ତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ପ୍ରାଥମିକ ଚିକିତ୍ସା ପରେ କାରିମାଙ୍ଗାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri