ଯୌତୁକ ନିର୍ଯାତନା ମାମଲା: ସ୍ବାମୀଙ୍କୁ ବର୍ଷେ ସଶ୍ରମ କାରାଦଣ୍ଡ

ଭଦ୍ରକ ଅଫିସ,୬।୩: ଭଦ୍ରକ ଏସ୍‌ଡିଜେଏମ୍‌ ଚିନ୍ମୟ କୁମାର ପାଢ଼ୀ ସୋମବାର ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ତିହିଡ଼ି ଥାନା ଅଧୀନ ତଳବନ୍ଧ ଗ୍ରାମର ଅକ୍ଷୟ କୁମାର ବେହେରାଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୨ ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ, ଢେଙ୍କାନାଳ ଜିଲା ଭୁବନ ଗ୍ରାମର କୃଷ୍ଣଚନ୍ଦ୍ର ଦାସଙ୍କ ଝିଅ ସୁକାନ୍ତି ୧୯୯୩ରେ ତଳବନ୍ଧ ଗ୍ରାମର ଅକ୍ଷୟଙ୍କୁ ବିବାହ କରିଥିଲେ। ବିବାହ ସମୟରେ ୧୨ ହଜାର ଟଙ୍କା ଯୌତୁକ ଦାବି କରିଥିଲେ। ସୁକାନ୍ତିଙ୍କ ବାପା ୮ ହଜାର ଟଙ୍କା ଦେଇଥିଲେ। ବାକି ଯୌତୁକ ଟଙ୍କା ପାଇଁ ଅକ୍ଷୟ ସୁକାନ୍ତିଙ୍କୁ ଜୀବନରୁ ମାରିଦେବାକୁ ଧମକ ସହ ନିର୍ଯାତନା ଦେଉଥିଲେ। ଏପରିକି ସୁକାନ୍ତି ଗର୍ଭବତୀ ଥିବାବେଳେ ତାଙ୍କୁ ଖାଇବା ପିଇବାକୁ ନ ଦେଇ ୧୯୯୮ ଫେବୃୟାରୀରେ ଘରୁ ବାହାର କରିଦେବା ପରେ ସେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା (ନଂ.୬୮/୯୮) ରୁଜୁ କରି ଅକ୍ଷୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ପରେ ସେ ଜାମିନରେ ଆସି ମାମଲା ଲଢୁଥିଲେ। ଅଭିଯୋଗକାରୀଙ୍କ ପକ୍ଷରୁ ସରକାରୀ ଓକିଲ ମାଧବାନନ୍ଦ ଦାସ, ସ୍ମରଜିତ ମହାପାତ୍ର ଓ ଶୁଭଶ୍ରୀ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri