ହାତୀ ଘଉଡ଼ାଇବାକୁ ଯାଇ ହାବୁଡ଼ରେ ପଡ଼ିଗଲେ

ଭଞ୍ଜନଗର,୧୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ ବାରଦଣ୍ଡାର ଜଣେ ଚାଷୀ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇ ଆହତ ହୋଇଛନ୍ତି। ସେ ହେଲେ ଉଦୟ ପ୍ରଧାନ (୬୪)। ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଉଦୟ ଗୁରୁବାର ରାତିରେ ଧାନ ଫସଲ ଜଗିବାକୁ ଯାଇଥିଲେ। ଏହି ସମୟରେ ଏକ ଦନ୍ତାହାତୀ ଆସିବାରୁ ଘୁହାଇବାକୁ ଚେଷ୍ଟା କରିଥିଲେ। ହେଲେ ବିଫଳ ହେବାରୁ ଦୌଡ଼ି ପଳାଇ ଆସୁଥିବା ବେଳେ ତଳେ ପଡ଼ି ଆହତ ହୋଇଥିଲେ। ନିକଟସ୍ଥ ଗ୍ରାମବାସୀ ଉଦୟଙ୍କ ପାଟିଶୁଣି ତାଙ୍କୁ ଉଦ୍ଧାର କରି ମେଡ଼ିକାଲକୁ ଆଣିଥିଲେ। ତାରସିଂ ରେଞ୍ଜର ଜଣେ କର୍ମଚାରୀ କହିଛନ୍ତି, ଉଦୟ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ହାତୀ ତାଙ୍କୁ ଗୋଡ଼ାଇବାରୁ ସେ ତଳେ ପଡ଼ି ଆହତ ହୋଇଛନ୍ତି।
ଗତ କିଛିବର୍ଷ ହେବ ଘୁମୁସର ଉତ୍ତର ବନଖଣ୍ଡର ହାତୀ କରିଡ଼ରଗୁଡିକ ବିଭିନ୍ନ କାରଣ ଯୋଗୁ କ୍ଷତିଗ୍ରସ୍ତ ହୋଇପଡ଼ିଛି । ତେଣୁ ସନ୍ଧ୍ୟା ହେଲେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଜଙ୍ଗଲ ନିକଟବର୍ତ୍ତୀ ଗାଁକୁ ଆସି ଫସଲ ନଷ୍ଟ କରୁଛନ୍ତି । ଏହି ସମୟରେ ମଣିଷ-ହାତୀ ମୁହଁାମୁହିଁ ହେଉଛନ୍ତି। ହାତୀ ଯୋଗୁ ଲୋକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ୫୦ରୁ ଉର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି । ଦୁଇ ବନଖଣ୍ଡର ଡିଏଫଓ ପ୍ରତ୍ୟେକ୍ଷ ଭାବେ ରାତିରେ ପାଟ୍ରୋଲିଂ କରିବା ସହ କର୍ମଚାରୀମାନଙ୍କୁ ବନ୍ୟପ୍ରାଣୀ ସୁରକ୍ଷା ଲାଗି ସତର୍କ କରାଉଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri