ଏପଟେ ବାଘ ଖାଇଗଲା ଛେଳି, ସେପଟେ ଗୋଦାମ ଘର ଭାଙ୍ଗି ଗୋ’ଖାଦ୍ୟ ଖାଇଲେ ହାତୀପଲ

ଭଞ୍ଜନଗର,୨୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବନ୍ୟପ୍ରାଣୀ ଯଥା ବାଘ, ଭାଲୁ, ହାତୀ, ବାର୍‌ହା ବିଭିନ୍ନ ସମୟରେ ଜଙ୍ଗଲ ବାହାରକୁ ଆସି ଲୋକଙ୍କ ଧନ ଜୀବନ କ୍ଷତି କରୁଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ବିଭିନ୍ନ ସମୟରେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏହିଭଳି ପରିସ୍ଥିତିରେ ବୁଧବାର ରାତିରେ ଏହି ବନଖଣ୍ଡର ମୁଜାଗଡ଼ ରେଞ୍ଜ ଦୁର୍ଗାପ୍ରସାଦ ତଳସାହିରେ ଚିତାବାଘ ଏକ ଛେଳି ଗୁହାଳରେ ପଶି ଗୋଟିଏ ଛେଳିକୁ ମାରି ଅଧା ଖାଇ ଚାଲି ଯାଇଥିଲା। ଏହି ଘଟଣା ଗୁରୁବାର ସକାଳେ ଜଣାପଡ଼ିବା ପରେ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଏହାପରେ ଖବରପାଇ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ ପ୍ରମୁଖ ଆଜି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଥିଲେ। ଏଥିସହ କ୍ଷତିଗ୍ରସ୍ତ ପରିବାରଙ୍କୁ କିଭଳି ସହାୟତା ମିଳିପାରିବ ସେନେଇ ଆବଶ୍ୟକ ପଦକ୍ଷେପ ବିଭାଗ ପକ୍ଷରୁ ନିଆଯାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବେଳେ ବେଳେ ଦିନ ବେଳେ ମଧ୍ୟ ଚିତାବାଘ ରାସ୍ତା ଉପରକୁ ଚାଲିଆସୁଛି। ଗତକାଲି ରାତିରେ ଘାଟି ତଳେ ଥିବା ଦୁର୍ଗାପ୍ରସାଦରେ ଏହି ଘଟଣା ଘଟିଛି। ଅପରପକ୍ଷେ ମଙ୍ଗଳବାର ରାତିରେ ଏହି ରେଞ୍ଜର ଦଦରାଲୁଣ୍ଡାରେ ହାତୀପଲ ଉପଦ୍ର ଦେଖିବାକୁ ମିଳିଛି। ଗତକାଲି ବିଳମ୍ବିତ ରାତିରେ ୨୪ ଟିକିଆ ହାତୀପଲ ଜଙ୍ଗଲରୁ ବାହାରି ଦୁର୍ଗାପ୍ରସାଦ ଗ୍ରାମ ନିକଟରେ ଥିବା ଦଦରଲୁଣ୍ଡା ଗ୍ରାମ ଭିତରେ ପଶି ଗୋଟିଏ ଗୋ’ଖାଦ୍ୟ ଗୋଦାମର କବାଟ ଭାଙ୍ଗି ପଶିଥିଲେ। ସେଠାରେ ଥିବା ଗୋଖାଦ୍ୟ ବସ୍ତାଗୁଡିକୁ ହାତୀପଲ ପାଦରେ ଦଳି ଶୁଣ୍ଢରେ ଏଣେ ତେଣେ ଫୋପାଡ଼ିବା ସହ ଖାଇ ନଷ୍ଟ କରିଥିଲେ। ଗତକାଲି ସକାଳୁ ଫ୍ୟାକ୍ଟ୍ରି ମାଲିକ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ଜାଣିବା ପରେ ବନ ବିଭାଗ ଅଧିକାରୀଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?