ବିବାହ ଉତ୍ସବରେ ପ୍ରସେଶନକୁ ମିଳିଲା ଅନୁମତି, ସର୍ତ୍ତ ଲାଗୁ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବିବାହ ଉତ୍ସବ ପାଇଁ ବରଯାତ୍ରୀଙ୍କ ପ୍ରସେଶନ ନିମନ୍ତେ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଏଣିକି ବର ଯିବାବେଳେ ବାଜା-ବାଣ ଓ ରୋଷଣୀ କରି ବରଯାତ୍ରୀମାନେ ଯାଇପାରିବେ। ତେବେ ଏହି ଲୋକଙ୍କ ସଂଖ୍ୟା ସର୍ବାଧିକ ୨୦୦ ହେବ ଓ ସମସ୍ତ ପ୍ରକାରର କୋଭିଡ ନିୟମାବଳୀ ମାନିବାକୁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ମଙ୍ଗଳବାର ଏ ନେଇ ସମସ୍ତ ଜଲାପାଳ, ଏସ୍‌ପି, ମ୍ୟୁନିସପାଲ କମିଶନର ଓ ପୋଲିସ କମିଶନରଙ୍କୁ ଚିଠି ଲେଖି ବିବାହ ଓ ଅନ୍ତେଷ୍ଟି ଶୋଭାଯାତ୍ରା ପାଇଁ ସାନି ଗାଇଡ୍‌ଲାଇନ ଜାରି କରିଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ବିବାହ ଶୋଭାଯାତ୍ରା ପାଇଁ ସରକାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଛନ୍ତି।

ତେବେ ବର, କନ୍ୟା, ବରଯାତ୍ରୀ, ପୂଜକ, ବନ୍ଧୁବାନ୍ଧବ ସମସ୍ତଙ୍କୁ ମିଶାଇ ଏହି ସଂଖ୍ୟା ୨୦୦ ରହିବ ବୋଲି କହିଛନ୍ତି। ସେହିପରି ଅନ୍ତିମ ସଂସ୍କାର ସମୟରେ ସର୍ବାଧିକ ୧୦୦ଜଣଙ୍କୁ ସାମିଲ ହେବା ପାଇଁ ଅନୁମତି ମିଳିବ। ମାସ୍କ, ସାମାଜିକ ଦୂରତା, ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡ ୱାସ କରିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ ରହିବ। କୌଣସି ବନ୍ଦ କୋଠରୀର କ୍ଷମତାର ସର୍ବାଧିକ ୫୦ ପ୍ରତିଶତ ଏବଂ ଖୋଲା ସ୍ଥାନରେ ପଡ଼ିଆର ଆକାର ହିସାବରେ ଲୋକଙ୍କୁ ସାମାଜିକ ଦୂରତ୍ୱ ରଖିବାକୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୨୦ ଜୁଲାଇ ୬ ତାରିଖରେ ବିବାହ ଶୋଭାଯାତ୍ରା ଉପରେ କଟକଣା ଜାରି କରିଥିଲେ। ମାତ୍ର ଡିସେମ୍ବର ୩୦ତାରିଖରେ ଜାରି ନିର୍ଦ୍ଦେଶନାମାରେ ବିବାହ ଉତ୍ସବରେ ସର୍ବାଧିକ ୨୦୦ ଲୋକଙ୍କ ସମାବେଶ ହୋଇପାରିବ ବୋଲି ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri