ଏଠାରେ ଭଗବାନଙ୍କୁ ପ୍ରସାଦ ରୂପେ ଅର୍ପଣ କରାଯାଉଛି ମାସ୍କ

ବାରାଣସୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ପ୍ରତ୍ୟେକ ଜିନିଷ ଉପରେ ପ୍ରତିବନ୍ଧକ ଲଗାଯାଇଛି। କରୋନା କାଳରେ ସବୁ ଧାର୍ମିକ ସ୍ଥାନରେ ସମସ୍ତ ରୀତିନୀତିକୁ ବନ୍ଦ କରାଯାଉଥିବା ବେଳେ ଆଉ କେତେକ ରୀତିନୀତି କମ୍‌ କରିଦିଆଯାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶର ଧର୍ମନଗରୀ କୁହାଯାଉଥିବା କାଶୀରେ ଭଗବାନଙ୍କୁ ନବେଦ୍ୟ ଆକାରରେ ମାସ୍କ ବଣ୍ଟନ କରାଯାଉଥିବା ଦେଖିବାକୁ ମିଳିଛି। ଲୋକଙ୍କ ମଧ୍ୟରେ ସଚେତନତା ଆଣିବା ପାଇଁ ଏଭଳି ଏକ ପ୍ରୟାସ କରାଯାଉଛି।

 

 

ସୂଚନାଯୋଗ୍ୟ, ଯେପରି ମନ୍ଦିରରେ ଚଢ଼ାଯାଉଥିବା ଓଢ଼ଣୀ ଓ ବସ୍ତ୍ରକୁ ଘରେ ପୂଜାସ୍ଥାନରେ ରଖିଲେ ଶୁଦ୍ଧ ଓ ସାତ୍ତ୍ୱିକ ଭାବନା ଜାଗ୍ରତ ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ଠିକ୍‌ ସେହିପରି ପ୍ରସାଦ ରୂପେ ମିଳିଥିବା ମାସ୍କକୁ ଗୁରୁତ୍ୱ ଦେବା ସହ ନିଜ ମୁହଁରେ ଧାରଣ କରିବେ ବୋଲି ଆଶାପୋଷଣ କରାଯାଇଛି। ତେଣୁ ଉତ୍ତରପ୍ରଦେଶର ବାରାଣାସୀ ସ୍ଥିତ ଲକ୍ଷ୍ମୀ ମଙ୍ଗଳେଶ୍ୱର ମହାଦେବ ମିସିର ପୋଖରା ମନ୍ଦିରରେ ସାମାଜିକ କର୍ମୀ ଚନ୍ଦ୍ରଶେ ନାରାୟଣ ପାଣ୍ଡେ ଭଗବାନଙ୍କୁ ନବେଦ୍ୟ ରୂପେ ମାସ୍କ ଅର୍ପଣ କରୁଛନ୍ତି। ଏହାପରେ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଏହା ବଣ୍ଟନ କରାଯାଉଛି। ପ୍ରତିଦିନ ସେ ୧୦୦ଟି ମାସ୍କ ବଣ୍ଟନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ମହାମାରୀ ଶେଷ ନ ହେବା ପର୍ଯ୍ୟନ୍ତ ପ୍ରତିଦିନ ଏହି ମାସ୍କ ମନ୍ଦିରକୁ ଉତ୍ସର୍ଗ କରିବା ପରେ ଅସହାୟ ଲୋକଙ୍କୁ ବଣ୍ଟନ କରାଯିବ ବୋଲି ଚନ୍ଦ୍ରେଶ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଆଜି ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ୧୮୭ ରନ୍ ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri