Posted inଜାତୀୟ

ଏଠାରେ ପିଇବା ପାଣି ଉପରେ ବି ପହରା…

ବିକାନେର୍‌,୨୨।୩: ଖରାଦିନ ଆସିଲେ ରାଜସ୍ଥାନରେ ଜଳସଙ୍କଟ ଅତି ଉତ୍କଟ ହୋଇଥାଏ। ବିକାନେର୍‌ରେ ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ଏଠାରେ ପ୍ରଶାସନ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। କେନାଲ ପାଣି ଯେଭଳି କେହି ଚୋରାଇ ନ ନେବେ ସେଥି ପାଇଁ ୫ ଜିଲାର ଏସ୍‌ପି, ୧୪ ଟି ପୋଲିସ ଷ୍ଟେଶନର କର୍ମଚାରୀ, ୭୦ ଆର୍‌ସି ଯବାନ, ଜଣେ ମୁଖ୍ୟ ଯନ୍ତ୍ରୀ, ୧୨ରୁ ଅଧିକ ଏସ୍‌ଡ଼ିଏମ୍‌, ୭ ଅଧିକ୍ଷକ ଯନ୍ତ୍ରୀ ଏବଂ ଜଳସେଚନ ବିଭାଗ ଶହେରୁ ଅଧିକ କର୍ମଚାରୀ ଇନ୍ଦିରା ଗାନ୍ଧୀ କେନାଲର ୨୭୦ କିମି ଅଞ୍ଚଳ ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି। ମାର୍ଚ୍ଚ ୬ରେ ଜଳସେଚନ ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ଆସନ୍ତା ୭୦ ଦିନ ପର୍ଯ୍ୟନ୍ତ କେନାଲ ପାଣି ଉପରେ ପହରା ଲଗାଯାଇଛି। ମାର୍ଚ୍ଚ ୫ରୁ ଏପ୍ରିଲ୍‌ ୨୮ ପର୍ଯ୍ୟନ୍ତ ଲୋକଙ୍କୁ କେବଳ ପିଇବା ପାଇଁ ପାଣି ମିଳିବ। ପ୍ରଶାସନ ପକ୍ଷରୁ ଜଳ ନଷ୍ଟ ଏବଂ ଚୋରି ଉପରେ କଡ଼ା ନଜର ରଖାଯାଇଛି। ପାଣି ନଷ୍ଟ କରୁଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri