ଐତିହ୍ୟ କରିଡର, ଏକାମ୍ର ପ୍ରକଳ୍ପର ସମୀକ୍ଷା

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୨୨।୨(ଡି.ଏନ୍‌.ଏ.):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ମହାନିର୍ଦ୍ଦେଶକ (ଡିଜି) ଭି. ବିଦ୍ୟାବତୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ସୋମବାର ପୁରୀରେ ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପର ମାଷ୍ଟର ପ୍ଲାନ୍‌ ସମ୍ପର୍କରେ ସମୀକ୍ଷା କରିବା ପରେ ଭୁବନେଶ୍ୱରରେ ଏକାମ୍ର ଯୋଜନା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟର ତଦାରଖ କରିଛନ୍ତି।
ଏଏସ୍‌ଆଇ ଡିଜି ପୁରୀରେ ପହଞ୍ଚତ୍ବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ପରିସରରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା, ଏସ୍‌ପି କନଓ୍ବର ବିଶାଲ ସିଂଙ୍କ ସମେତ ଟାଟା ପାୱାର, ଓଡ଼ିଶା ବ୍ରିଜ୍‌ କନଷ୍ଟ୍ରକ୍‌ଶନ୍‌ କର୍ପୋରେଶନ (ଓବିସିସି), ପୁରୀ ପୌରପାଳିିକା ଏବଂ ଏଏସ୍‌ଆଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏଏସ୍‌ଆଇ ଡିଜି ବିଦ୍ୟାବତୀ ଐତିହ୍ୟ କରିଡର ପ୍ରକଳ୍ପର ମାଷ୍ଟର ପ୍ଲାନ ସମ୍ପର୍କରେ ସମୀକ୍ଷା କରିଥିଲେ। ପ୍ରକଳ୍ପରେ ରହିଥିବା କେତେକ ସମସ୍ୟା ନେଇ ତାଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ପଶ୍ଚିମଦ୍ୱାର ପରିବର୍ତ୍ତେ ପୂର୍ବଦ୍ୱାର ନିକଟରେ ଭଜନ ମଣ୍ଡପ କରାଯିବାକୁ ସେବାୟତ ଓ ବୁଦ୍ଧିଜୀବୀଙ୍କ ପକ୍ଷରୁ ଦାବି ହୋଇଆସୁଛି। ସେହିପରି ଶ୍ରୀମନ୍ଦିର ଭିତରେ ପ୍ରକଳ୍ପକୁ ନେଇ ପରିଚାଳନା କମିଟି ସଦସ୍ୟମାନଙ୍କ ଅନେକ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। ପୂର୍ବରୁ ପ୍ରକଳ୍ପ ସମ୍ପର୍କରେ ଓବିସିସି ପକ୍ଷରୁ ଏଏସ୍‌ଆଇ କର୍ତ୍ତପକ୍ଷଙ୍କୁ ଚିଠି ଲେଖାଯାଇଥିଲା। ତେଣୁ ଏଏସ୍‌ଆଇ ପକ୍ଷରୁ ଏହି ସମୀକ୍ଷା କରାଯାଇଥିବା ଜଣାପଡ଼ିଛି।
ପରେ ଅପରାହ୍ନ ୩ଟାରେ ଏଏସ୍‌ଆଇ ଡିଜି ଭୁବନେଶ୍ୱର ଗସ୍ତରେ ଆସି ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି। ଏକାମ୍ର ଯୋଜନା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହ ଯଥାଶୀଘ୍ର ଏହାକୁ ସାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କିଛିଦିନ ପୂର୍ବରୁ ବିନ୍ଦୁସାଗର ପୋଖରୀ ତଥା ଭବାନୀ ମନ୍ଦିର ନିକଟରେ ଠାବ କରାଯାଇଥିବା ନୂତନ ମନ୍ଦିର ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାପରେ ସେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଥିଲେ। ତେବେ ଲିଙ୍ଗ ଫାଟିବା ସହ ଧୀରେ ଧୀରେ ଏହା କ୍ଷୟ ହେଉଥିବା ଜାଣିବା ପରେ ସେ ଏହା ଉପରେ ଖୁବ୍‌ଶୀଘ୍ର ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ମନ୍ଦିର ବ୍ୟତୀତ ଏହାର ଆଖପାଖ ଡ୍ରେନ୍‌ ସମସ୍ୟାର ତଦାରଖ କରି ତୁରନ୍ତ କାର୍ଯ୍ୟ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଡିଜି ଭି. ବିଦ୍ୟାବତୀ ଦେବୀ ପାଦହରା ପୁଷ୍କରିଣୀ ସମେତ ମୁକ୍ତେଶ୍ୱର, କେଦାରଗୌରୀ ଆଦି ମନ୍ଦିର ପରିଦର୍ଶନ ମଧ୍ୟ କରିଥିଲେ। ତାଙ୍କ ସହିତ ବିଭାଗୀୟ ନିର୍ଦ୍ଦେଶକ ଏନ୍‌.କେ. ପାଠକ, ଏଏସ୍‌ଆଇ ଓଡ଼ିଶା ମୁଖ୍ୟ ଅରୁଣ କୁମାର ମଲ୍ଲିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର, ବିଏମ୍‌ସି କମିଶନର ସଞ୍ଜୟ କୁମାର ସିଂହ, ସ୍ମାର୍ଟ ସିଟି ଲିମିଟେଡ୍‌ର ଜେନେରାଲ ମ୍ୟାନେଜର କମଲ୍‌ଜିତ୍‌ ଦାସ, ବଡୁ ନିଯୋଗ ସଭାପତି ଅଞ୍ଚଳ ବଟୁ, ସମ୍ପାଦକ କମଳାକାନ୍ତ ବଟୁ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri