ବିକାଶ ନାମରେ ଐତିହ୍ୟ, ପରମ୍ପରାକୁ ନଷ୍ଟ କରା ନ ଯାଉ

ଖଣ୍ଡପଡ଼ା,୧ା୧୦(ସ୍ବ.ପ୍ର): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ନୟାଗଡ଼ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ କଣ୍ଟିଲୋସ୍ଥିତ ପ୍ରଭୁ ଶ୍ରୀନୀଳମାଧବ ଜୀଉ ସର୍ବଜନ ବିଦିତ। ଉକ୍ତ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ରାଶି ମଞ୍ଜୁର କରି ୧୮ମାସ ମଧ୍ୟରେ ଏହି ବିକାଶ ପ୍ରକଳ୍ପର କାର୍ଯ୍ୟ ସମ୍ପନ୍ନ ହେବାକୁଘୋଷଣା ପରେ ଜନସାଧାରଣଙ୍କ ମନରେ ଖୁସୀର ଲହରୀ ଭରି ଦେଇଛି। ବିସ୍ଥାପିତମାନଙ୍କୁ ଥଇଥାନ କରାଯିବା ନିମନ୍ତେ ପ୍ରଥମ ପର୍ଯ୍ୟାୟ ପ୍ରସ୍ତୁତି ଶେଷ ହୋଇଯାଇଛି। ହେଲେ ଶ୍ରୀନୀଳମାଧବ ଜୀଉ ବିକାଶ ପ୍ରକଳ୍ପ କାର୍ଯ୍ୟକ୍ରମ ମଧ୍ୟରେ ଠାକୁରଙ୍କ ବହୁ ପ୍ରାଚୀନ ଐତିହ୍ୟ ଓ ପରମ୍ପରାକୁ ଏବଂ ଯାନିଯାତ୍ରା ପାଇଁ ସଂରକ୍ଷିତ ଜାଗା- ମାଘମେଳା ପଡିଆ, ଚନ୍ଦନ ପୋଖରୀ, ଦଶହରା ପଡିଆକୁ ନଷ୍ଟ କରା ନ ଯାଉ। ଜାଗାର ସୁରକ୍ଷା ଦିଗରେ ଜିଲା ପ୍ରଶାସନ, ରାଜ୍ୟ ସରକାର ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ବିଶେଷକରି ପୁରୀ ଶ୍ରୀକ୍ଷେତ୍ରରେ ପ୍ରଚଳିତ ୧୨ ମାସରେ ତେର ଯାତ୍ରା ସହ ସାମଞ୍ଜସ୍ୟ ଥିବା ଶ୍ରୀନୀଳମାଧବ ଜୀଉଙ୍କ ପରମ୍ପରା ମଧ୍ୟରେ ଠାକୁରଙ୍କ ଚନ୍ଦନ ଯାତ୍ରା ଓ ଭୈମୀ ଏକାଦଶୀ(ମାଘମେଳା)ମେଳା ମୁଖ୍ୟ ପର୍ବ। ତେବେ ମାଘମେଳା ପାଇଁ ସଂରକ୍ଷିତ ମେଳା ପଡିଆର କିଛି ଅଂଶ ବିସ୍ଥାପିତଙ୍କୁ ପ୍ରଦାନ କରାଯାଉଥିବା ଅଭିଯୋଗ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅପରପକ୍ଷରେ ଏପରି ଏକ ମେଗା ପ୍ରକଳ୍ପର ପ୍ରକୃତ ରୂପରେଖ ସାର୍ବଜନୀନ କରାଯାଉ। ଏଥିସହ ସମସ୍ତଙ୍କ ଅବଗତି ନିମନ୍ତେି ଜନଶୁଣାଣିର ଆବଶ୍ୟକ ଥିବାବେଳେ ସ୍ଥାନୀୟ ଜନ ପ୍ରତିନିଧିମାନଙ୍କୁ ଏ ଦିଗରେ ଅନ୍ଧାରରେ ରଖା ଯାଇଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?