ଐତିହ୍ୟ ରୂପାନ୍ତର ପୁରୀର ଗୁରୁତ୍ୱ ବୃଦ୍ଧି କରିବ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ/କଟକ ଅଫିସ,୨୬।୩:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଶନିବାର ପୁରୀ ଏବଂ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପାଣ୍ଡିଆନ ପ୍ରଥମେ ପୁରୀ ଗସ୍ତକରି ଶ୍ରୀ ଜଗନ୍ନାଥଙ୍କ ଐତିହ୍ୟ କରିଡର ଅନ୍ତର୍ଗତ ଶ୍ରୀ ସେତୁ ଏବଂ ଜଗନ୍ନାଥ ବଲ୍ଲଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ଅବସରରେ ୫-ଟି ସଚିବ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଐତିହ୍ୟ ରୂପାନ୍ତର କାର୍ଯ୍ୟକ୍ରମ ଦ୍ୱାରା ଅନ୍ତର୍ଜାତୀୟ ସ୍ତରରେ ପୁରୀର ଗୁରୁତ୍ୱ ବେଶ୍‌ ବୃଦ୍ଧି ପାଇବ। ତେଣୁ ପୁରୀ ପ୍ରକଳ୍ପର ଅଗ୍ରଗତି ପ୍ରତି ସପ୍ତାହରେ ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି ବୋଲି ପାଣ୍ଡିଆନ ସୂଚନା ଦେଇଛନ୍ତି।
ଅପରାହ୍ନରେ ୫-ଟି ସଚିବ ପାଣ୍ଡିଆନ କଟକରେ ପହଞ୍ଚତ୍ ସହରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରଥମେ ସେ ଖାନ୍‌ନଗରସ୍ଥିତ ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣସ୍ଥଳରେ ପହଞ୍ଚତ୍ ବିଲ୍ଡିଂ କାମର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିବା ସହ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ଜୁନ୍‌ ୧୫ସୁଦ୍ଧା ଟର୍ମିନାଲ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ, ଖାନ୍‌ନଗରରେ ୧୫ ଏକର ପରିମିତ ଅଞ୍ଚଳରେ ୭୦ କୋଟି ଟଙ୍କା ବ୍ୟୟ ଅଟକଳରେ ଜି ପ୍ଲସ୍‌-୨ ବସ୍‌ ଟର୍ମିନାଲ ନିର୍ମାଣ ଚାଲିଛି। ଏହା ରାଜ୍ୟର ପ୍ରଥମ ମଡେଲ ବସ୍‌ ଟର୍ମିନାଲ ହେବାକୁ ଯାଉଛି। ଗୋଟିଏ ସ୍ଥାନରେ ଯାତ୍ରୀମାନଙ୍କୁ ରେଳ ଷ୍ଟେଶନ ଏବଂ ବିମାନ ବନ୍ଦର ଭଳି ସେବା ଯୋଗାଇ ଦେବାକୁ ସରକାର ଯୋଜନା କରି ଏହି ବସ୍‌ ଟର୍ମିନାଲ ନିର୍ମାଣ କରୁଛନ୍ତି। ଏହି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଟର୍ମିନାଲର ୨ଏକର ଜମିରେ କମର୍ସିଆଲ ଡେଭଲପ୍‌ମେଣ୍ଟ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ସ୍ବତନ୍ତ୍ର କମ୍ପ୍ଲେକ୍ସ ପାଇଁ ଟେଣ୍ଡର ଆହ୍ବାନ ସରିଛି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ସମୁଦାୟ ୩୩ଟି ରୁମ୍‌ ରହିଛି। ଗ୍ରାଉଣ୍ଡ୍‌ ଫ୍ଲୋରରେ ୩୦ଟି ଦୋକାନ ଘର ଥିବାବେଳେ ଫାଷ୍ଟ ଏବଂ ସେକେଣ୍ଡ ଫ୍ଲୋର୍‌ରେ ଶପିଂମଲ ପାଇଁ ବଡ କମର୍ସିଆଲ ରୁମ୍‌ ରହିଛି। ଟର୍ମିନାଲରେ ପ୍ରାୟ ୧୮୦ ବସ୍‌ ଏକ ସାଙ୍ଗରେ ରହିପାରିବ। ସେହିପରି ବସ୍‌ ପ୍ରବେଶ ଓ ବାହାରିବା ପାଇଁ ଅଲଗା ରାସ୍ତା, ଡ୍ରାଇଭରଙ୍କ ନିମନ୍ତେ ରେଷ୍ଟରୁମ୍‌, ମହିଳା ଓ ପୁରୁଷ ଯାତ୍ରୀଙ୍କ ପାଇଁ ଡର୍ମିଟୋରି ଆଦି ରହିଛି। ଏଥିସହ ଯାତ୍ରୀଙ୍କ ସୁରକ୍ଷା ପାଇଁ ସିସିଟିଭି ବ୍ୟବସ୍ଥା ସହ ପୋଲିସ୍‌ ଆଉଟ୍‌ପୋଷ୍ଟରେ ୨୪ ଘଣ୍ଟିଆ ପ୍ରହରା ବ୍ୟବସ୍ଥା ଉପଲବ୍ଧ ହେବ। ପରେ ୫-ଟି ସଚିବ କଟକ ଚଣ୍ଡୀ ମନ୍ଦିରରେ ପହଞ୍ଚତ୍ ମା’ଙ୍କ ଦର୍ଶନ କରିଥିଲେ। ଏଥିସହ ମନ୍ଦିରରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଥିଲେ। ମନ୍ଦିରର ସୌନ୍ଦର୍ଯ୍ୟକରଣର ଅଗ୍ରଗତି ସହିତ ସମସ୍ୟା ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି। ବିଶେଷ କରି ଜଳ ନିଷ୍କାସନ, ପାର୍କିଂ ଓ ମରାମତି କାର୍ଯ୍ୟ ଚାଲୁ ରହିଛି। ପରେ ସଚିବ ରାଣୀହାଟରେ ନବନିର୍ମିତ କ୍ଲକ ଟାୱାର ଓ ତାଳଦଣ୍ଡା କେନାଲର ନିର୍ମାଣ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଥିଲେ। ଶେଷରେ ଛତ୍ରବଜାରରେ ନିର୍ମାଣାଧୀନ ଭେଣ୍ଡିଂ ଜୋନ୍‌ ସମୀକ୍ଷା କରିଥିଲେ। ଏହି ସମୀକ୍ଷା କାର୍ଯ୍ୟକ୍ରମବେଳେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, ସିଏମ୍‌ସି କମିଶନର ନିଖିଲ ପୱନ୍‌ କଲ୍ୟାଣ, ଡିସିପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri