ନିରୋଜ ନାୟକଙ୍କୁ ହିରୋ ପ୍ଲେଜର ପୁରସ୍କାର

ଭୁବନେଶ୍ୱର,୭।୧୧: ଚଳିତ ବର୍ଷର ପାର୍ବଣ ଅବସରରେ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଖୁସିୟେଁା କା ତ୍ୟୋହାର’(ଲକି ଡ୍ର)ର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଆ ଅଭିନେତା ଆକାଶ ଦାସ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲି ଡ୍ର’ର ବିଜେତା ନିରୋଜ ନାୟକଙ୍କୁ ‘ହିରୋ ପ୍ଲେଜର’ ପ୍ରଦାନ ସମେତ ଅନ୍ୟ ଭାଗ୍ୟଶାଳୀ ଗ୍ରାହକମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ। ସେହିପରି ଅମିତ୍‌ କୁମାର ସାହୁଙ୍କୁ ସୁନା କାନଫୁଲ, ରାଜଦୀପ୍‌ ଖଟୁଆଙ୍କୁ ଏଲଇଡି ଟିଭି, ଦେବାଶିଷ ନାୟକଙ୍କୁ ଫ୍ରିଜ୍‌, କୁମାର ଶତ୍ରୁଘନଙ୍କୁ ୱାଶିଂମେଶିନ୍‌ ଏବଂ ସୀତା ସୁବୁଦ୍ଧିଙ୍କୁ ମାଇକ୍ରୋୱେଭ୍‌ ସହ ଅନ୍ୟମାନଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା।

କେବଳ ସେତିକି ନୁହେଁ ଜେ ଆଣ୍ଡ ଟି ଜୁଏଲର୍ସ ପକ୍ଷରୁ ୧୫ଗ୍ରାହକଙ୍କୁ ୧ଗ୍ରାମ୍‌ର ସୁନା ମୁଦ୍ରା ଏବଂ ୪୫ଜଣଙ୍କୁ ୫ ଗ୍ରାମର ରୁପା ମୁଦ୍ରା ବଣ୍ଟନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ବିଲ୍‌ଡରର ପ୍ରତିଷ୍ଠାତା ସୁବାସ ଭୁରା, ଏମଡି ଶରଦ ବୈଦ ଏବଂ ନିର୍ଦ୍ଦେଶକ ଅମିତ୍‌ ବୈଦ, ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ର ନିର୍ଦ୍ଦେଶିକା ପୂର୍ଣ୍ଣିମା ବୈଦ, ମଲ୍‌ର ଜିଏମ କ୍ରିଷ୍ଣେନ୍ଦୁ ପଣ୍ଡିତ,ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଓଡ଼ିଶା ଭାଇସ୍‌ ପ୍ରେସିଡେଣ୍ଟ ଅନନ୍ତ ପଟ୍ଟନାୟକ, ଜେ ଆଣ୍ଡ ଟି ଜୁଏଲର୍ସର ନିର୍ଦ୍ଦେଶକ ସୁରେଶ ଚୌଧୁରୀ ଓ ମଧୁଶ୍ରୀ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ା ଉକ୍ତ ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ମଲ୍‌ର ମାର୍କେଟିଂ ମୁଖ୍ୟ ଦୁଲାଲ ଚନ୍ଦ୍ର ସାହୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?