ମେ’ରେ ହିରୋର ୫,୧୯,୪୭୪ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୬।୬: ଦେଶର ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ୨୦୨୩ ମେ ମାସରେ ୫,୧୯, ୪୭୪ ୟୁନିଟ୍‌ ମୋଟର ସାଇକେଲ ବିକ୍ରି କରିଛି। ଏପରିକି ୨୦୨୨ ମେ’ ମାସ ତୁଳନାରେ କମ୍ପାନୀର ବିକ୍ରି ଅଭିବୃଦ୍ଧି ୭% ରହିଛି। ଉଲ୍ଲେଖଯୋଗ୍ୟ, ୨୦୨୨ ମେ’ ରେ କମ୍ପାନୀ ୪,୮୬, ୭୦୪ ୟୁନିଟ୍‌ ବିକ୍ରି କରିଥିଲା ବେଳେ ୨୦୨୩ ସମାନ ଅବଧିରେ କମ୍ପାନୀ ୫,୧୯, ୪୭୪ ୟୁନିଟ୍‌ ବିକ୍ରି କରିଛି। ସେହିଭଳି ଆଗାମୀ ଦିନଗୁଡ଼ିକରେ ମଧ୍ୟ କମ୍ପାନୀ ତା’ର ବିକ୍ରି ଅଭିବୃଦ୍ଧିରେ ଉନ୍ନତି ଆଣିବା ସହ ଭଲ କାରବାର କରିବ ବୋଲି ଆକଳନ କରିଛି। ବିଶେଷ କରି ଗ୍ରାହକଙ୍କ ମନୋଭାବରେ ଉନ୍ନତି, ଉନ୍ନତ ମୌସୁମୀ ଏବଂ ପ୍ରିମିୟମ ସେଗ୍‌ମେଣ୍ଟରେ ନୂଆ ଯାନର ବଜାର ପ୍ରବେଶ ହେବାକୁ ଥିବାବେଳେ ହିରୋର ବିକ୍ରି ଅଭିବୃଦ୍ଧିରେ ନୂତନ ମଡେଲ ବେଶ୍‌ ଯୋଗଦାନ ରଖିବ ବୋଲି କମ୍ପାନୀ ପକ୍ଷରୁ ଆଶା କରାଯାଇଛି। ଅପରପକ୍ଷରେ ୨୦୨୩ ମେ ମାସରେ କମ୍ପାନୀର ଘରୋଇ ବିକ୍ରି ୫,୦୮,୩୦୯ ରହିଥିବା ବେଳେ ୨୦୨୨ ସମାନ ଅବଧି ମଧ୍ୟରେ ୪,୬୬,୪୬୬ ୟୁନିଟ୍‌ ବିକ୍ରି କରିଥିଲା। ସେହିପରି ଏହି ଅବଧି ମଧ୍ୟରେ କମ୍ପାନୀ ୧୧,୧୬୫ ୟୁନିଟ୍‌ ରପ୍ତାନି କରିଥିବାବେଳେ ୨୦୨୨ ମେ‘ରେ ୨୦,୨୩୮ ୟୁନିଟ୍‌ ରପ୍ତାନି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri