ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ, ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ କରିଛି। ଏ ସଂକ୍ରାନ୍ତରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ସୁନାପାଲିର ମହମ୍ମଦ ଅଲତାବ୍‌(୨୫)। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବୁଧବାର ଅପରାହ୍ନରେ ସୁନାପାଲିରେ ହେରୋଇନ୍‌ କାରବାର ଚାଲିଥିବା ସମ୍ପର୍କରେ ସମ୍ବଲପୁର ସଦର ଅବକାରୀ ବିଭାଗକୁ ଖବର ମିଳିଥିଲା। ଉକ୍ତ ଖବର ଆଧାରରେ ଅବକାରୀ ବିଭାଗ ସେଠାରେ ଚଢ଼ାଉ କରି ହେରୋଇନ୍‌ କାରବାରରେ ଲିପ୍ତ ମହମ୍ମଦ ଅଲତାବ୍‌ଙ୍କୁ ଗିରଫ କରିଥିଲା। ଯାଞ୍ଚ ବେଳେ ତାଙ୍କ ନିକଟରୁ ପ୍ରାୟ ୧୨ଗ୍ରାମର ଓଜନର ହେରୋଇନ ଜବତ କରାଯାଇଥିଲା। ଜବତ ହେରୋଇନ୍‌ର ଆନୁମାନିକ ମୂଲ୍ୟ ପ୍ରାୟ ୧ଲକ୍ଷ ୨୦ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ଘଟଣାକୁ ନେଇ ଅବକାରୀ ବିଭାଗରେ ଏକ ମାମଲା(୨୭୨/୨୫)ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri