ବ୍ରାଉନସୁଗାର ଧରି ଚମ୍ପଟ ମାରୁଥିଲେ ଯୁବକ, ମାଡିବସିଲା ପୋଲିସ: ଦୁଇ ଗିରଫ

ସମ୍ବଲପୁର,୪।୯(ପ୍ରମୋଦ ବହିଦାର): ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଧନୁପାଲିଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର(ହେରୋଇନ) ଜବତ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ଚଢ଼ାଉ କରି ବେଆଇନ ଭାବେ ଗଛିତ ପ୍ରାୟ ୧୨୦ ଗ୍ରାମ ଓଜନର ବ୍ରାଉନ ସୁଗାର(ହେରୋଇନ) ଜବତ କରିଛନ୍ତି। ଯାହାର ଅନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ଏ ସଂକ୍ରାନ୍ତରେ ଅବକାରୀ ବିଭାଗ ପକ୍ଷରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ସୁନାପାଲି ଅଞ୍ଚଳର ମହମ୍ମଦ ନସୀମ(୩୯) ଓ ଧନକଉଡ଼ା ଗେଙ୍ଗୁଟିପାଲିର ବିନୋଦ ସାମଲ(୩୧) l

ସମ୍ବଲପୁର ଅବକାରୀ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ମତେ, ସମ୍ବଲପୁର ସହରକୁ କଲିକତାରୁ ଟ୍ରେନ ଯୋଗେ ବ୍ରାଉନସୁଗାର ଚୋରାଚାଲାଣ ହେଉଥିବା ସମ୍ପର୍କରେ ବିଶ୍ୱସ୍ତ ସୂତ୍ରରୁ ତାଙ୍କ ବିଭାଗକୁ ସୂଚନା ମିଳିଥିଲା। ଉକ୍ତ ସୂଚନା ଅନୁଯାଇ ବ୍ରାଉନସୁଗାର ଚୋରା ଚାଲାଣକାରୀ ଓହ୍ଲାଇବାକୁ ଥିବା ଷ୍ଟେଶନରେ ବହୁ ପୂର୍ବରୁ ପହଞ୍ଚି ଅବକାରୀ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ସେଠାରେ ଛକି ରହିଥିଲେ। ଚାଲାଣକାରୀମାନେ ସମ୍ଭବତଃ ଏସମ୍ପର୍କରେ ଆଗତୁରା ଖବର ପାଇ ଅବକାରୀ ବିଭାଗ କର୍ମଚାରୀଙ୍କୁ ଚକମା ଦେବାକୁ ଉକ୍ତ ଷ୍ଟେଶନ ପୂର୍ବରୁ ଅନ୍ୟ ଏକ ଷ୍ଟେଶନରେ ଓହ୍ଲାଇ ଯାଇଥିଲେ। ସେମାନେ ସେଠାରୁ ଏକ ଆକ୍ଟିଭା ସ୍କୁଟର ଯୋଗେ ବ୍ରାଉନ ସୁଗାର ଧରି ସୁନାପାଲି ଅଞ୍ଚଳରେ ପହଞ୍ଚିଥିଲେ।
ମାତ୍ର ଅବକାରୀ ବିଭାଗର କର୍ମଚାରୀମାନେ ମଧ୍ୟ ଏସମ୍ପର୍କରେ ଖବର ପାଇ ଆଗରୁ ସେଠାରେ ପହଞ୍ଚିଯାଇ ବ୍ରାଉନସୁଗାର ଧରି ସେଠାରେ ପହଞ୍ଚିବା କ୍ଷଣି ଅଭିଯୁକ୍ତ ଦ୍ବୟଙ୍କୁ ମାଡ଼ି ବସିଥିଲେ। ସେମାନଙ୍କ ନିକଟରୁ ବ୍ରାଉନସୁଗାର ସହ ସ୍କୁଟର(ଓଡି-୧୫-ଏନ-୪୭୧୯)କୁ ମଧ୍ୟ ଜବତ କରାଯାଇଛି।
ସୂଚନାଯୋଗ୍ୟ, ଅତୀତରେ ଏହି ଅଞ୍ଚଳରୁ ବହୁବାର ବ୍ରାଉନସୁଗାର ଜବତ ହୋଇଛି। ମାତ୍ର ଆଜି ଅବକାରୀ ବିଭାଗ ପକ୍ଷରୁ ଜବତ ବ୍ରାଉନ ସୁଗାର ପରିମାଣ ଓ ମୂଲ୍ୟ ସର୍ବାଧିକ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

Sunetra Pawar: NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ ସୁନେତ୍ରା, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri