ବ୍ରାଉନସୁଗାର ଧରି ଚମ୍ପଟ ମାରୁଥିଲେ ଯୁବକ, ମାଡିବସିଲା ପୋଲିସ: ଦୁଇ ଗିରଫ

ସମ୍ବଲପୁର,୪।୯(ପ୍ରମୋଦ ବହିଦାର): ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଧନୁପାଲିଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର(ହେରୋଇନ) ଜବତ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ଚଢ଼ାଉ କରି ବେଆଇନ ଭାବେ ଗଛିତ ପ୍ରାୟ ୧୨୦ ଗ୍ରାମ ଓଜନର ବ୍ରାଉନ ସୁଗାର(ହେରୋଇନ) ଜବତ କରିଛନ୍ତି। ଯାହାର ଅନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ଏ ସଂକ୍ରାନ୍ତରେ ଅବକାରୀ ବିଭାଗ ପକ୍ଷରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ସୁନାପାଲି ଅଞ୍ଚଳର ମହମ୍ମଦ ନସୀମ(୩୯) ଓ ଧନକଉଡ଼ା ଗେଙ୍ଗୁଟିପାଲିର ବିନୋଦ ସାମଲ(୩୧) l

ସମ୍ବଲପୁର ଅବକାରୀ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ମତେ, ସମ୍ବଲପୁର ସହରକୁ କଲିକତାରୁ ଟ୍ରେନ ଯୋଗେ ବ୍ରାଉନସୁଗାର ଚୋରାଚାଲାଣ ହେଉଥିବା ସମ୍ପର୍କରେ ବିଶ୍ୱସ୍ତ ସୂତ୍ରରୁ ତାଙ୍କ ବିଭାଗକୁ ସୂଚନା ମିଳିଥିଲା। ଉକ୍ତ ସୂଚନା ଅନୁଯାଇ ବ୍ରାଉନସୁଗାର ଚୋରା ଚାଲାଣକାରୀ ଓହ୍ଲାଇବାକୁ ଥିବା ଷ୍ଟେଶନରେ ବହୁ ପୂର୍ବରୁ ପହଞ୍ଚି ଅବକାରୀ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ସେଠାରେ ଛକି ରହିଥିଲେ। ଚାଲାଣକାରୀମାନେ ସମ୍ଭବତଃ ଏସମ୍ପର୍କରେ ଆଗତୁରା ଖବର ପାଇ ଅବକାରୀ ବିଭାଗ କର୍ମଚାରୀଙ୍କୁ ଚକମା ଦେବାକୁ ଉକ୍ତ ଷ୍ଟେଶନ ପୂର୍ବରୁ ଅନ୍ୟ ଏକ ଷ୍ଟେଶନରେ ଓହ୍ଲାଇ ଯାଇଥିଲେ। ସେମାନେ ସେଠାରୁ ଏକ ଆକ୍ଟିଭା ସ୍କୁଟର ଯୋଗେ ବ୍ରାଉନ ସୁଗାର ଧରି ସୁନାପାଲି ଅଞ୍ଚଳରେ ପହଞ୍ଚିଥିଲେ।
ମାତ୍ର ଅବକାରୀ ବିଭାଗର କର୍ମଚାରୀମାନେ ମଧ୍ୟ ଏସମ୍ପର୍କରେ ଖବର ପାଇ ଆଗରୁ ସେଠାରେ ପହଞ୍ଚିଯାଇ ବ୍ରାଉନସୁଗାର ଧରି ସେଠାରେ ପହଞ୍ଚିବା କ୍ଷଣି ଅଭିଯୁକ୍ତ ଦ୍ବୟଙ୍କୁ ମାଡ଼ି ବସିଥିଲେ। ସେମାନଙ୍କ ନିକଟରୁ ବ୍ରାଉନସୁଗାର ସହ ସ୍କୁଟର(ଓଡି-୧୫-ଏନ-୪୭୧୯)କୁ ମଧ୍ୟ ଜବତ କରାଯାଇଛି।
ସୂଚନାଯୋଗ୍ୟ, ଅତୀତରେ ଏହି ଅଞ୍ଚଳରୁ ବହୁବାର ବ୍ରାଉନସୁଗାର ଜବତ ହୋଇଛି। ମାତ୍ର ଆଜି ଅବକାରୀ ବିଭାଗ ପକ୍ଷରୁ ଜବତ ବ୍ରାଉନ ସୁଗାର ପରିମାଣ ଓ ମୂଲ୍ୟ ସର୍ବାଧିକ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?