ସ୍ତ୍ରୀ-ସ୍ବାମୀଙ୍କ ସମ୍ପର୍କକୁ ଭାଙ୍ଗିଦିଏ ଏହି ୪ କଥା

ଯେତେବେଳେ ଜଣେ ଝିଅ ଏବଂ ପୁଅ ବିବାହର ପବିତ୍ର ବନ୍ଧନରେ ବାନ୍ଧି ହୋଇଯାଆନ୍ତିି, ସେତେବେଳେ ସେମାନଙ୍କର ଜୀବନର ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଥାଏ। କିନ୍ତୁ ସମୟଚକ୍ରରେ ସୁଖୀ ଦାମ୍ପତ୍ୟ ଜୀବନରେ ମଧ୍ୟ ଅନେକ ସମସ୍ୟା ଦେଖାଦିଏ। ଏ ନେଇ ଅନେକ ସମୟରେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ସମ୍ପର୍କ ବିଚ୍ଛିନ୍ନ ହୋଇଯାଏ। ଏପରି ପରିସ୍ଥିତିରେ, ଦମ୍ପତି ସାରା ଜୀବନ ପାଇଁ ଅଲଗା ରହିବାକୁ ପସନ୍ଦ କରିଥାଆନ୍ତି। ମାତ୍ର ଏହା ସମସ୍ୟାର ପ୍ରକୃତ ସମାଧାନ ନୁହେଁ। ତେଣୁ କିଛି କଥା ଅଛି, ଯାହା ଆପଣଙ୍କର ଦାମ୍ପତ୍ୟ ଜୀବନକୁ କ୍ଷତି ପହଞ୍ଚାଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ସମସ୍ୟା ସମ୍ପର୍କରେ କଥା ନ ହେବା
ଅନେକ ସମୟରେ ଦେଖାଯାଏ ଯେ, ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ସମସ୍ୟା ଥାଏ। ଯାହା ଉପରେ ଦୁହେଁ କଥାବାର୍ତ୍ତା କରି ନ ଥାଆନ୍ତି। ଯେଉଁ କାରଣରୁ କଥା ବହୁ ଆଗକୁ ବଢ଼ି ଅସୁବିଧା ହୋଇଥାଏ। ତେଣୁ ଚୁପ ରହିବା ସମସ୍ୟାର ସମାଧାନ ନୁହେଁ ।

ପୂର୍ବ ପ୍ରେମକୁ ମନେପକାଇବା

ବିବାହ ପରେ ପୂର୍ବ ପ୍ରେମ ସମ୍ପର୍କକୁ ନେଇ ଦମ୍ପତି କୌଣସି ଆଲୋଚନା କରିବା ଉଚିତ ନୁହେଁ। କିନ୍ତୁ ଅନେକ କ୍ଷେତ୍ରରେ ଦେଖାଯାଏ ସେମାନେ କ୍ରୋଧିତ ହୋଇ ପୂର୍ବତନ ପ୍ରେମିକ କିମ୍ବା ପ୍ରେମିକାଙ୍କ ପ୍ରଶଂସା କରନ୍ତି । ଏହା ଦାମ୍ପତ୍ୟ ସମ୍ପର୍କ ଉପରେ ପ୍ରଭାବ ପକାଇଥାଏ।

ମନ୍ଦଚିନ୍ତା ।
ଦୁନିଆରେ ଏପରି କୌଣସି ସ୍ତ୍ରୀ-ସ୍ବାମୀ ନାହାନ୍ତି, ଯେଉଁମାନଙ୍କ ମଧ୍ୟରେ ଆଦୌ କଳହ ନ ହୋଇଛି। ଏହାର ଅର୍ଥ ନୁହେଁ ଯେ, ତୁମେ ତୁମର ସ୍ବାମୀ କିମ୍ବା ପରିବାର ପାଇଁ ଖରାପ ଚିନ୍ତା କରିବ।

ପୁରୁଣା କଥାର ପୁନରାବୃତ୍ତି

ପ୍ରାୟତଃ ଦେଖାଯାଏ, ଯେତେବେଳେ କୌଣସି କଥାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହୁଏ, ସେତେବେଳେ ଦୁହେଁ ପୁରୁଣା କଥା ବାହାର କରି ଝଗଡ଼ା କରନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri