Posted inଖେଳ

୧୦୦ତମ ଟେଷ୍ଟ ଖେଳିବେ ପୂଜାରା: ୧୩ତମ ଭାରତୀୟ ଖେଳାଳି ଭାବେ…

ନୂଆଦିଲ୍ଲୀ,୧୬।୨: ଟିମ୍‌ ଇଣ୍ଡିଆର ‘ନ୍ୟୁ ଓ୍ବାଲ୍‌’ ଭାବରେ ସାରା ବିଶ୍ୱରେ ଜଣାଶୁଣା ଚେତେଶ୍ୱର ପୂଜାରା ତାଙ୍କ କ୍ରିକେଟ କ୍ୟାରିୟରର ୧୦୦ ତମ ଟେଷ୍ଟ ମ୍ୟାଚ୍‌ ଖେଳିବେ। ଦିଲ୍ଲୀରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ମଇଦାନକୁ ଓହ୍ଲାଇବା ମାତ୍ରେ ଏହି ୩୫ ବର୍ଷୀୟ କ୍ରିକେଟର ୧୩ ତମ କ୍ରିକେଟର ଭାବେ ଏହି ଉପଲବ୍ଧି ହାସଲ କରିବେ।

ପୂଜାରା ୧୩ ବର୍ଷ ପୂର୍ବେ ବେଙ୍ଗାଲୁରୁରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ବର୍ତ୍ତମାନ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଘରୋଇ ମଇଦାନରେ ନିଜ କ୍ୟାରିୟରର ୧୦୦ ତମ ଟେଷ୍ଟ ଖେଳିବାକୁ ଯାଉଛନ୍ତି। ଅଷ୍ଟ୍ରେଲିଆ ଦଳ ମଧ୍ୟ ପୂଜାରାଙ୍କ ପ୍ରିୟ ଦଳ । କଙ୍ଗାରୁଙ୍କ ବିପକ୍ଷରେ ଟେଷ୍ଟ କ୍ରିକେଟରେ ପୂଜାରା ବ୍ୟାଟିଂରେ ଭଲ ପ୍ରଦର୍ଶନ କରିଛନ୍ତି।

ପୂଜାରାଙ୍କ ପୂର୍ବରୁ ସଚିନ ତେନ୍ଦୁଲକର (୨୦୦), ରାହୁଲ ଦ୍ରାବିଡ (୧୬୩), ଭିଭିଏସ ଲକ୍ଷ୍ମଣ (୧୩୪), ଅନିଲ କୁମ୍ବଲେ (୧୩୨), କପିଲ ଦେବ (୧୩୧), ସୁନୀଲ ଗାଭାସ୍କର (୧୨୫) ୧୦୦ କିମ୍ବା ଅଧିକ ଟେଷ୍ଟ ମ୍ୟାଚ ଖେଳିବାର ସଫଳତା ହାସଲ କରିଥିଲେ। ତେବେ ତାଙ୍କ ପୂର୍ବରୁ ଏହି ମାଇଲଖୁଣ୍ଟରେ ପହଞ୍ଚିଥିବା ଶେଷ ଭାରତୀୟ ଥିଲେ ବିରାଟ କୋହଲି। ଅହମ୍ମଦାବାଦରେ ବିରାଟ ଇଂଲଣ୍ଡ ବିପକ୍ଷରେ ନିଜର ୧୦୦ତମ ଟେଷ୍ଟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri