Posted inଖେଳ

ହାଇଡ୍ରାମା ପରେ ଜିତିଲା ଦିଲ୍ଲୀ

ଦୁବାଇ,୪।୧୦ : ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ଫେଜ୍‌ରେ ସୋମବାର ଏଠାରେ ଖେଳାଯାଇଥିବା ଡ୍ରାମାରେ ଭରପୂର ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ୩ ଉଇକେଟରେ ହରାଇ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଏହି ବିଜୟ ସହ ଦିଲ୍ଲୀ (୨୦ ପଏଣ୍ଟ) ଅଙ୍କ ତାଲିକାରେ ଶୀର୍ଷ ସ୍ଥାନକୁ ଉଠିଛି।

ଚେନ୍ନାଇ ପକ୍ଷରୁ ଧାର୍ଯ୍ୟ ୧୩୭ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଦିଲ୍ଲୀ ଏକଦା ୬ ଓଭରରେ ୫୧ ରନ୍‌ କରିଥିଲା। ଦଳକୁ ସେତେବେଳେ ଓଭର ପିଛା ୬ ରନ୍‌ ଦରକାର ଥିବା ବେଳେ ହାତରେ ୯ ଉଇକେଟ ବାକି ଥାଏ। କିନ୍ତୁ ଦିଲ୍ଲୀ ସାମ୍ନାରେ ବାଧକ ସାଜିଥିଲେ ଆଇପିଏଲ ଇତିହାସର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ପିଚ୍‌ର ଆବଶ୍ୟକତା ଦେଖି ଧୋନୀ ବୋଲିଂ ପରିବର୍ତ୍ତନ କରିଥିଲେ। ଫଳରେ ଦିଲ୍ଲୀ ୪୮ ରନ୍‌ ମଧ୍ୟରେ ୫ ଉଇକେଟ ହରାଇ ସଙ୍କଟରେ ପଡ଼ିଯାଇଥିଲା। ହେଲେ ଶେଷକୁ ଶିମରନ ହେଟମାୟର ୨୮ ରନ୍‌ର ପାଳି ଖେଳି ଦିଲ୍ଲୀକୁ ବିଜୟ ଭେଟି ଦେଇଥିଲେ।

ପୂର୍ବରୁ ଅମ୍ବାତି ରାୟୁଡୁ(୫୫* ରନ୍‌, ୫ ଚୌକା ଓ ୨ ଛକା)ଙ୍କ ଅର୍ଦ୍ଧଶତକୀୟ ପାଳି ଯୋଗୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୩୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ମ୍ୟାଚ୍‌ ଫିନିଶର ଭାବେ ଜଣାଶୁଣା ଧୋନୀ ଶେଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ। ୨୭ ବଲ ଖେଳିବା ପରେ ମଧ୍ୟ ତାଙ୍କ ବ୍ୟାଟରୁ ଗୋଟିଏ ହେଲେ ଚୌକା କିମ୍ବା ଛକା ବାହାରି ନ ଥିଲା। ଶେଷରେ ସେ ୧୮ ରନ୍‌ କରି ପ୍ୟାଭିଲିଅନ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri