ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବା ପ୍ରୟାସ କରାଯାଉଥିଲା। ତେବେ କୁମିଆପାଲି ଗାଁର ଆଦିବାସୀମାନେ ମିଳିତ ପ୍ରତିବାଦ କରିବାରୁ ପ୍ରଶାସନକୁ ନାକେଦମ ହେବାକୁ ପଡ଼ିଛି। ତହସିଲଦାର, ଲୋୟର ସୁକ୍ତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ସଦର ଏସଡିପିଓ, ଅଧୀକ୍ଷଣ ଯନ୍ତ୍ରୀ, ସଦର ଆଇଆଇସି, ଅନ୍ୟ ଅଧିକାରୀ ଓ କର୍ମଚାରୀଙ୍କ ସହ ପୋଲିସ ଉପସ୍ଥିତିରେ ଜେସିବି ମେଶିନ ଧରି ଗାଁରେ ରହିଛନ୍ତି । ଅନ୍ୟପଟେ ଗାଁ ଆଦିବାସୀ ପରମ୍ପରା ଅନୁଯାୟୀ ଅସ୍ତ୍ରଶସ୍ତ୍ର ଧରି ପୂଜା ଅର୍ଚ୍ଚନା କରି ମଣ୍ଡପରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ମହିଳା ଓ ପୁରୁଷମାନେ ଗାଁ ନ ଛାଡ଼ିବାକୁ ନିଷ୍ପତ୍ତି ନେଇ ରାମଜୀ ମଣ୍ଡପରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ଦାବିପୂରଣ ନ ହେବାଯାଏ କୁମିଆପାଲି ଗାଁର ୮୪ ଆଦିବାସୀ ପରିବାର ଭିଟାମାଟି ଛାଡିବେ ନାହିଁ ବୋଲି ଜିଲା ପ୍ରଶାସନକୁ ରୋକଠୋକ ଜଣାଇଛନ୍ତି । ଜିଲା ପ୍ରଶାସନ ଦାବି ପୂରଣ ନ କରି ବିସ୍ଥାପନ କରିବାକୁ ଆସିଥିବାରୁ ସରକାରଙ୍କୁ କଠୋର ଭାଷାରେ ସମାଲୋଚନା କରିଥିଲେ। ଉଚିତ୍‌ କ୍ଷତିପୂରଣ ଏବଂ ଥଇଥାନ ବ୍ୟବସ୍ଥା ନ କରି ବର୍ଷାଦିନରେ ଆଦିବାସୀ ପରିବାର ବର୍ଗଙ୍କୁ ପୋଲିସ ଫୋର୍ସ ଲଗାଇ ଜବରଦସ୍ତି ବିସ୍ଥାପିତ କରିବା ଅନ୍ୟାୟ ବୋଲି ଗ୍ରାମବାସୀ କହିଥିଲେ। ସରକାରୀ ଅଧିକାରୀ ମାନେ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ଆଲୋଚନା ସଫଳ ହୋଇନାହିଁ । ଲୋୟର ସୁକ୍ତେଲ ପ୍ରକଳ୍ପ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୁକ୍ତେଲ ଜଳଭଣ୍ଡାରରେ ଦ୍ରୁତ ଗତିରେ ଜଳସ୍ତର ବଢ଼ୁଛି। ଜଳସ୍ତର ପ୍ରାୟ ୧୯୯ ମିଟରକୁ ଛୁଇଁଲାଣି । ଜଳସ୍ତର ୨୦୦ ମିଟର ଛୁଇଁଲେ କୁମିଆପାଲି ଗାଁ ଭିତରକୁ ପାଣି ମାଡିଆସିବ। ସଦର ଏସ୍ଡିପିଓ ସରୋଜ ଉପାଧ୍ୟାୟ, ସଦର ଥାନା ଆଇଆଇସି ରାଜକୁମାର ବିଶ୍ବାଳ, ଅନ୍ୟ ସବଇନ୍ସପେକ୍ଟରଙ୍କ ସହ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri