ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା ଭାଷାରେ ଧମକ ଦେଇ କହିଛନ୍ତି ଏହାକୁ ଯୁଦ୍ଧର ଘୋଷଣା। ଗୁରୁବାର ନସରୁଲ୍ଲା ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ”ଏହି ବିସ୍ଫୋରଣରୁ ତାଙ୍କୁ ବଡ ଝଟକା ଲାଗିଛି। ସେ ସ୍ୱୀକାର କରିଛନ୍ତି ଯେ ହେଜ୍‌ବୋଲ୍ଲା ସଦସ୍ୟଙ୍କୁ ୪,୦୦୦ ରୁ ଅଧିକ ପେଜର୍ ବଣ୍ଟନ କରାଯାଇଛି, ଯାହା ମଙ୍ଗଳବାର ରାତିରେ ଲେବାନନରେ ଏକ ସମୟରେ ବିସ୍ଫୋରଣ ହୋଇଥିଲା, ଯେଉଁଥିପାଇଁ ସଶସ୍ତ୍ର ଗୋଷ୍ଠୀ ଇସ୍ରାଏଲକୁ ଦାୟୀ କରିଛି। ନସରୁଲ୍ଲା କହିଛନ୍ତି ଯେ ହଜାର ହଜାର ପେଜର୍ ବିସ୍ଫୋରଣ କରି ଇସ୍ରାଏଲ୍ ସୀମା ଅତିକ୍ରମ କରିଛି। ନସରୁଲ୍ଲା କହିଛନ୍ତି ଯେ ଏହି ଆକ୍ରମଣ ଯୋଦ୍ଧାଙ୍କ ଉପରେ ନୁହେଁ ବରଂ ସାଧାରଣ ନାଗରିକଙ୍କ ଉପରେ ହୋଇଛି। ”

ସୂଚନାଯୋଗ୍ୟ ଉପକରଣଗୁଡ଼ିକରେ ବିସ୍ଫୋରଣ ଘଟିବା ଯୋଗୁ ହେଜ୍‌ବୋଲ୍ଲାର ଅନେକ ଆତଙ୍କବାଦୀ ମୃତାହତ ହୋଇଛନ୍ତି। ସେପ୍ଟେମ୍ବର ୧୭ରୁ ଚାଲିଥିବା ଏହି ସିରିଜ ବିସ୍ଫୋରଣକୁ ନେଇ କ୍ରୋଧିତ ହେଜ୍‌ବୋଲ୍ଲା ଇସ୍ରାଏଲ ଉପରେ ପ୍ରତିଶୋଧ ନେବା ପାଇଁ ଧମକ ଦେଇଛି। ସଙ୍ଗଠନର ମିଡିଆ ଅଲ୍‌-ମନାରରେ ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ, ହେଜ୍‌ବୋଲ୍ଲା ଏଭଳି କଡ଼ା ଜବାବ ଦେବାକୁ ଯାଉଛି, ଯାହାକି ଇସ୍ରାଏଲ୍‌ କେବେ ହେଲେ କଳ୍ପନା କରି ନ ଥିବ।

ଗତବର୍ଷ ଅକ୍ଟୋବର ୮ରେ ଇସ୍ରାଏଲ୍‌ ପକ୍ଷରୁ ଗାଜାରେ ଆକ୍ରମଣ କରାଯିବା ପରଠୁ ସଶସ୍ତ୍ର ଶାସକ ହମାସ୍‌କୁ ହେଜ୍‌ବୋଲ୍ଲା ସହଯୋଗ କରିଆସୁଛି। ଏପରି କି ଉତ୍ତର ଇସ୍ରାଏଲ୍‌ରେ ହେଜ୍‌ବୋଲ୍ଲା ଏକାଧିକ ଆକ୍ରମଣ କରିଛି। ଯେତେବେବେଳ ବି ଇସ୍ରାଏଲ୍‌ ଲେବାନନ୍‌କୁ ଟାର୍ଗେଟ କରିଥିବା ହେଜ୍‌ବୋଲ୍ଲା ସନ୍ଦେହ କରିଛି, ତତ୍‌କ୍ଷଣାତ ଜବାବ ଦେବାକୁ ପଛାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri