Posted inଜାତୀୟ

କଶ୍ମୀର ନିର୍ବାଚନରେ ହେଜ୍‌ବୋଲ୍ଲା ତାତି

ଜମ୍ମୁ/ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ମଧ୍ୟରୁ ପ୍ରଥମ ୨ଟି ପର୍ଯ୍ୟାୟରେ ୫୦ ଆସନରେ ନିର୍ବାଚନ ଶେଷ ହୋଇଥିବାବେଳେ ମଙ୍ଗଳବାର ଅବଶିଷ୍ଟ ୪୦ ଆସନରେ ଭୋଟ ଗ୍ରହଣ କରାଯିବ। ରବିବାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହୋଇଥିଲେ ହେଁ ହେଜ୍‌ବୋଲ୍ଲା ମୁଖ୍ୟ ହସନ୍‌ ନସ୍‌ରୁଲ୍ଲାଙ୍କ ହତ୍ୟାକୁ ନେଇ ଉପତ୍ୟକାରେ ଉତ୍ତେଜନା ଲାଗିରହିଛି। ଏହାକୁ ନେଇ ପୋଲିସ ପ୍ରଶାସନ ଓ ସେନା ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ପରେ ୭ ଜିଲାର ୪୦ ଆସନରେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଥିବାରୁ ୨୦,୦୦୦ ପୋଲିଂ ଷ୍ଟାଫ୍‌ଙ୍କୁ ସୋମବାର ନିୟୋଜିତ କରାଯାଇଛି। ୩୯.୧୮ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ମଇଦାନରେ ଥିବା ୨ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତାରା ଚାନ୍ଦ ଓ ମୁଜାଫର ବେଇଗ୍‌ଙ୍କ ସମେତ ୪୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏଥିପାଇଁ ଜମ୍ମୁ ଅଞ୍ଚଳର ଜମ୍ମୁ, ଉଧମପୁର, ସାମ୍ବା ଓ କଠୁଆ ଏବଂ କଶ୍ମୀର ଅଞ୍ଚଳର ବାରାମୁଲା, ବାନ୍ଦିପୋରା, କୁପ୍‌ଓ୍ବାରା ଓ ଉତ୍ତର କଶ୍ମୀରର ୫,୦୬୦ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଆତଙ୍କବାଦମୁକ୍ତ ଓ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଥିବା ଅତିରିକ୍ତ ପୋଲିସ ଡିଜି (ଜମ୍ମୁ) ଆନନ୍ଦ ଜୈନ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୮ ଏବଂ ୨୬ରେ ଅନୁଷ୍ଠିତ ପ୍ରଥମ ଦୁଇଟି ପର୍ଯ୍ୟାୟରେ ଯଥାକ୍ରମେ ୬୧.୩୮% ଓ ୫୭.୩୧% ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?