ହାଇଟେକ୍‌ ଟ୍ରାଜେଡି: ବିସ୍ଫୋରଣରେ ସ୍ବାମୀଙ୍କ ମୃତ୍ୟୁ ପରେ ଜୀବନ ହାରିଲେ ସ୍ତ୍ରୀ

ଭୁବନେଶ୍ୱର,୧ା୧: ରାଜଧାନୀର ପାଣ୍ଡରାସ୍ଥିତ ହାଇଟେକ୍‌ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ରବିବାର ଖୋର୍ଦ୍ଧା ଜିଲା ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ତାଙ୍କ ସ୍ତ୍ରୀ ସୁନା ଆତ୍ମହତ୍ୟା କରି ଦେଇଛନ୍ତି। ଏହି ଦୁଃଖଦ ଖବର ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।

ଦିଲ୍ଲୀପ ଓ ସୁନାଙ୍କ ବିବାହକୁ ୨ ବର୍ଷ ପୂରି ନ ଥିବା ବେଳେ ଦିଲ୍ଲୀପଙ୍କ ମୃତ୍ୟୁ ପରେ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲେ ସ୍ତ୍ରୀ ସୁନା। ଗତକାଲି ସୁନାଙ୍କୁ ତାଙ୍କ ବାପଘର ଲୋକେ ନେଇ ଯାଇଥିଲେ। ତେବେ ନୂଆଗାଁସ୍ଥିତ ବାପଘରେ ଥିବା ସୁନା ଆଜି ସକାଳେ ଏକ କଠୋରି ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଦେଇଛନ୍ତି।

ପରିବାର ଲୋକଙ୍କଠାରୁ ଖବର ପାଇ ଜଟଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁନାଙ୍କୁ ଉଦ୍ଧାର କରି ଜଟଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ  ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ମାମଲାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ଶୁକ୍ରବାର ହାଇଟେକ୍‌ ହସ୍ପିଟାଲ ହସ୍ପିଟାଲର ତୃତୀୟ ମହଲାରେ ଥିବା ଏସିରେ ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଲାଗିଥିବା ନିଆଁକୁ ସଙ୍ଗେ ସଙ୍ଗେ ଆୟତ୍ତ କରାଯାଇଥିଲା। ତେବେ ଏହି ଘଟଣାରେ ୪ଜଣ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦିଲ୍ଲୀପଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଗତକାଲି ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?