ଆଢୁଆଳରେ ଶ୍ରାବଣୀ ଝରଣା

ଖୋର୍ଦ୍ଧା ଅଫିସ,୭।୧୦: ସବୁଜ ବନାନୀ ପାହାଡ଼ ପର୍ବତ ଘେରରେ ବହିଯାଇଛି ଶ୍ରାବଣୀ ଝରଣା। ଏହାର ପ୍ରାକୃତିକ ପରିବେଶ ପର୍ଯ୍ୟଟକଙ୍କୁ ବେଶ୍‌ ଆକୃଷ୍ଟ କରିଥାଏ। ଝରଣା ଝରରେ ସୂର୍ଯ୍ୟକିରଣ ପଡ଼ି ଏହା ନୀଳବର୍ଣ୍ଣ ଦେଖାଯାଏ। ପାହାଡ଼ ଚାରିପଟେ ରହିଥିବା ଘଞ୍ଚ ଜଙ୍ଗଲ, ପକ୍ଷୀଙ୍କ କିିଚିରି ମିଚିରି ଶବ୍ଦ ସାଙ୍ଗକୁ ଝର ଝର ହୋଇ ପାହାଡ଼ ପାଦଦେଶକୁ ବୋହି ଯାଉଥିବା ଝରଣାର ପାଣି ପର୍ଯ୍ୟଟକଙ୍କୁ ବିମୋହିତ କରିଥାଏ।
ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ. ଜାତୀୟ ରାଜପଥ ବୋଲଗଡ଼ଠାରୁ ନୟାଗଡ଼ ରାସ୍ତା ବିଜିପୁର ଗେଟ୍‌ଠାରୁ ବାମ ପଟକୁ ୨କି.ମି. ପରେ ପଡ଼େ କାଉତରା ଉଚ୍ଚ ବିଦ୍ୟାଳୟ। ଏହି ବିଦ୍ୟାଳୟରୁ ଅଙ୍କାବଙ୍କା ହୋଇ ଯାଇଥିବା ପାହାଡ଼ ଉପରୁ ଏହି ଝରଣା ବୋହିଯାଇଛି। ଉକ୍ତ ଝରଣାକୁ ସ୍ଥାନୀୟ ଲୋକେ ଶ୍ରାବଣୀ ଝରଣା ବୋଲି କହିଥା’ନ୍ତି। ଅଙ୍କାବଙ୍କା ହୋଇ ଯାଇଥିବା ରାସ୍ତା ଦେଇ ପାହାଡ଼ ଉପରକୁ ଯିବାକୁ ପଡ଼େ। ପ୍ରକୃତିର ଏହି ଅପୂର୍ବ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାରୁ ପର୍ଯ୍ୟଟକ ବଞ୍ଚତ୍ତ। ସ୍ଥାନୀୟ ବାସିନ୍ଦାଙ୍କ କହିବାନୁଯାୟୀ, ପାହାଡ଼ ଚାରିପାଖକୁ ଘଞ୍ଚ ଜଙ୍ଗଲ ଘେରି ରହିଛି। ପାହାଡ଼ ଉପର ଦୃଶ୍ୟ ଅତି ଆକର୍ଷଣୀୟ। ଉପରକୁ ଯିବା ପାଇଁ ସେଭଳି କୌଣସି ରାସ୍ତା ନାହିଁ। କେବଳ ଗଛଲତାକୁ ଆଡ଼େଇ ଆଡ଼େଇ ଉପରକୁ ଯିବାକୁ ପଡ଼େ। ଯେଉଁମାନେ ଏହି ଝରଣା ସମ୍ପର୍କରେ ଜାଣିଛନ୍ତି, ସେମାନେ ଏଠାକୁ ଆସନ୍ତି। ଉପରକୁ ଯିବା ପାଇଁ ରାସ୍ତା ନ ଥିବାରୁ ସତର୍କତା ସହ ଯିବାକୁ ପଡ଼ିଥାଏ। ଜିଲା ପ୍ରଶାସନ କିମ୍ବା ପର୍ଯ୍ୟଟନ ବିଭାଗ ନିକଟରେ ଏନେଇ କୌଣସି ଖବର ନ ଥିବା ଜଣାପଡ଼ିଛି। ଏଠାକୁ ଯିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ରାସ୍ତା ନିର୍ମାଣ କରାଗଲେ ଏ କ୍ଷେତ୍ରରେ ପର୍ଯ୍ୟଟକଙ୍କ ସମାଗମ ଦେଖିବାକୁ ମିଳନ୍ତା ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri