ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ ଅଧେଖାଙ୍କୁ ପୋଲିସ ଗିରଫ କରିଥିବା ବେଳେ, ଏସ୍‌ପି ପକ୍ଷରୁ ପ୍ରେସମିଟ୍‌ରେ ଏହା ସମ୍ବନ୍ଧୀୟ ସୂଚନା ଦିଆଯାଇଛି।

ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତ ସଞ୍ଜୟ ଅଧେଖା ଅଫିସର ଜଣେ ମହିଳା କର୍ମଚାରୀଙ୍କୁ ଏକତରଫା ଭାବରେ ପ୍ରେମ କରୁଥିଲେ। କିନ୍ତୁ ସେଥିରେ ବିଫଳ ହେବା ପରେ ସେ ଏପରି ଅପରାଧମୂଳକ ପଦକ୍ଷେପ ନେଇଥିବା କୁହାଯାଇଛି।

ଅଭିଯୁକ୍ତ ଯୁଟ୍ୟୁବ୍‌ ଦେଖି ହିଡେନ୍ କ୍ୟାମେରା ବ୍ୟବହାର ବିଷୟରେ ଶିଖିଥିଲେ ଏବଂ ପରେ ଅନଲାଇନ୍‌ରୁ କ୍ୟାମେରା କିଣିଥିଲେ। ସେ ମାର୍ଚ୍ଚ ମାସରୁ ୱାସ୍‌ରୁମ୍‌ରେ ଗୋପନୀୟ ଭାବରେ କ୍ୟାମେରା ସ୍ଥାପନ କରିଥିଲେ।

ତଦନ୍ତରେ ଆହୁରି ଜଣାପଡ଼ିଛି ଯେ, ସଞ୍ଜୟ ପ୍ରତି ସପ୍ତାହରେ ଥରେ କ୍ୟାମେରାକୁ ଚାର୍ଜ କରୁଥିଲେ ଏବଂ ପୁଣି ସେହି ସ୍ଥାନରେ ଲଗାଇ ଦେଉଥିଲେ। ଏଭଳି ଭାବରେ ସେ ଦୀର୍ଘ ସମୟ ଧରି ଗୋପନୀୟ ଭାବେ ଏହି କାମ କରୁଥିବା ସନ୍ଦେହ କରାଯାଉଛି।

ଏହି ଘଟଣା ଜଣାପଡ଼ିବା ପରେ ଅଞ୍ଚଳରେ ଚଞ୍ଚଳତା ସୃଷ୍ଟି ହୋଇଛି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ ସମ୍ପର୍କିତ ଧାରାରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri