ଘରେ ଲୁଚାଇ ରଖିଥିଲେ ୧ କୁଇଣ୍ଟାଲ ୬୭ କେଜି ଗଞ୍ଜେଇ

କୋକସରା,୧୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗୁଡା ପଞ୍ଚାୟତ ଦାବ୍ରିଗୁଡାରେ ଜିଲା ଅବକାରୀ ବିଭାଗର ଏକ ଟିମ୍‌ ଚଢ଼ାଉ କରି ୪ଜଣଙ୍କ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ଧର୍ମଗଡ ଅବକାରୀ ଅଧିକାରୀ ଲଳିତ ମୋହନ ମିଶ୍ର ସୂଚନା ଦେଇଛନ୍ତି। ଦାବ୍ରିଗୁଡା ଗ୍ରାମର କାର୍ତ୍ତିକ ନାଏକ, ସଦାନନ୍ଦ ନାଏକ, ପଦ୍ମଲୋଚନ ନାଏକ ଓ ଜଣେ ମହିଳାଙ୍କ ଘରେ ଅବକାରୀ କର୍ମଚାରୀ ଚଢ଼ାଉ କରି ବିପୁଳ ମାତ୍ରାରେ ଗଞ୍ଜେଇ ଜବତ କରିଥିଲେ। ଅବକାରୀ ଟିମ୍‌ ୪ଜଣଙ୍କୁ ଗିରଫ କରି ଭବାନୀପାଟଣା ଅବକାରୀ କାର୍ଯ୍ୟାଳୟରେ ଅଟକ ରଖି ତଦନ୍ତ ଚଳାଇଥିଲା। ଜବତ ଗଞ୍ଜେଇ ଓଜନ କରିବା ପରେ ୧ କୁଇଣ୍ଟାଲ ୬୭ କେଜି ୫୪୦ ଗ୍ରାମ ହୋଇଥିବା ଜଣାପଡିଛି। ଜିଲା ଅବକାରୀ ସୁପରିଟେଣ୍ଡେଣ୍ଟ ଦଣ୍ଡପାଣି ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉରେ ସବ୍‌ଇନ୍ସପେକ୍ଟର ଲଳିତ ମୋହନ ମିଶ୍ର, ସୁଶାନ୍ତ ପ୍ରଧାନ, ଅଜୟ କୁମାର ନାଏକ, ବସନ୍ତ ବିଶି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri