ପୋଲିସକୁ ଡରି ଲୁଚିଥିଲେ,ବାର୍‌ହା ଫାଶରେ ଜୀବନ ଗଲା: ସାନ ମୃତ, ବଡଭାଇ ଗୁରୁତର

ଗଞ୍ଜାମ,୩୦ା୮(ଡି.ଏନ୍‌.ଏ.)- ରମ୍ଭା ଥାନା ଗଞ୍ଜାମ ବ୍ଲକ ଗଡ଼ହୁମ୍ମାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାର୍‌ହା ପାଇଁ ବସା ଯାଇଥିବା ଫାଶରେ ଲାଗି ସାନର ମୃତ୍ୟୁ ହୋଇଥିବାବେଳେ ବଡ ଗୁରୁତର ହୋଇଛି। ମୃତକ ହେଲେ ଲକ୍ଷ୍ମଣ ଜେନା(୨୮)। ବଡ଼ ପୁଅ ରାଜୁ (୩୦) ଆହତ ହୋଇଛନ୍ତି। ଏକ ଆକ୍ରମଣ ମାମଲାକୁ ନେଇ ଲକ୍ଷ୍ମଣ ଓ ରାଜୁଙ୍କ ନାମରେ ହୁମ୍ମା ଫାଣ୍ଡିରେ ଏତଲା ହୋଇଥିଲା। ଶନିବାର ଅପରାହ୍ନରେ ପୋଲିସ ଭୟରେ ୨ ଭାଇ ନିକଟସ୍ଥ ପାହାଡ଼ରେ ଲୁଚିବାକୁ ଯାଇଥିବାବେଳେ ବାର୍‌ହା ଶୀକାର ପାଇଁ ବସାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଲକ୍ଷ୍ମଣଙ୍କ ମୃତ୍ୟୁ ହୋଇଥିବାବେଳେ ରାଜୁଙ୍କୁ ଉଦ୍ଧାର କରି ଛତ୍ରପୁର ଗୋଷ୍ଟୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri