ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଏହା ମଧ୍ୟରେ ଯେଉଁପଟେ ଦେଖିଲେ ଜୟ ଶ୍ରୀରାମ ଓ ମୋହନ ଦାଦା ଧ୍ୱନିରେ ସହର ପ୍ରକମ୍ପିତ ହୋଇଥିଲା।
କଡା ସୁରକ୍ଷା ବଳୟରେ ରୋଡ୍‌ ଶୋ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋରେ ହଜାର ସଂଖ୍ୟାରେ ପୋଲିସ ମୁତୟନ ରହିଥିଲେ। କଡା ସୁରକ୍ଷା ବଳୟରେ ରୋଡ ଶୋ ହୋଇଥିଲା। କୌଣସି ସ୍ଥାନରେ ଯେମିତି ଅପ୍ରୀତିକର ପରିସ୍ଥିତି ନ ଉପୁଜେ ସେଥିପ୍ରତି ପୋଲିସ ନଜର ରଖିଥିଲା।

ଲୋକଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ
ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ ସମୟରେ ଲୋକଙ୍କ ମନୋରଞ୍ଜନ ପାଇଁ କେତେକ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପଶ୍ଚିମ ଓଡିଶାର ପାରମ୍ପରିକ ଲୋକନୃତ୍ୟକୁ ଲୋକେ ଭରପୂର ଉପଭୋଗ କରିଥିଲେ। ଏଥିରେ ଘଣ୍ଟ ବାଦ୍ୟ, ବୀରବାଦ୍ୟ ଘୁମୁରା, ମହିଳା ଓ ପୁରୁଷ ସଂକୀର୍ତ୍ତନ, ଆଦିବାସୀ ନୃତ୍ୟ, ବିଭିନ୍ନ ପ୍ରକାର ବାଜା ସହ ଘୋଡାନାଚ, ଦୁଲଦୁଲି, ଝଙ୍କାର ଆଦିର ଝଲକ ଦେଖିବାକୁ ମିଳିଥିଲା।

ଟ୍ରାଫିକ ଜାମ୍‌ ଯୋଗୁ ଆମ୍ବୁଲାନ୍ସ ଅଟକିଲା
ମୁଖ୍ୟମନ୍ତ୍ରୀ ଆସିବାରେ ୨ଘଣ୍ଟା ପୂର୍ବରୁ ଟ୍ରାଫିକ ଜାମ ହୋଇଯିବାରୁ ସାଧାରଣ ଯାତ୍ରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଅପରାହ୍ନ ୪ଟାରୁ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ କାର୍ଯ୍ୟକ୍ରମ ରହିଥିଲା। ଏହାକୁ ଦେଖିବା ପାଇଁ ଲୋକେ ଅପରାହ୍ନ ୨ଟା ପୂର୍ବରୁ ଚାଲିଆସିଥିଲେ। ରାସ୍ତା ପାର୍ଶ୍ୱରେ ଗାଡିମୋଟର ପାର୍କିଂ ଯୋଗୁ ଟ୍ରାଫିକ ଜାମ ଭଳି ସ୍ଥିତି ଉପୁଜିଥିଲା। ଏଥିଯୋଗୁ ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ ଅଟକି ରହିଥିଲା। ସ୍ବାଭାବିକ ସ୍ଥିତି ପରେ ଆମ୍ବୁଲାନ୍ସ ଗନ୍ତବ୍ୟସ୍ଥଳକୁ ଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ଦୀର୍ଘସମୟ ଅପେକ୍ଷା
ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକେ ଦୂରଦୂରାନ୍ତରୁ ଆସି ରାସ୍ତା କଡରେ ଅପେକ୍ଷା କରିଥିଲେ। ସେମାନଙ୍କୁ ପଚାରିବାରୁ ଆମେ ସୁନାବେଡା ଅଭୟାରଣ୍ୟ କଟିଙ୍ଗପାଣି ଗାଁରୁ ଆସିଛୁ। ପୂର୍ବାହ୍ନ ୧୧ଟାରେ ଆସିବେ ବୋଲି କହିବାରୁ ଆମେ ଶୀଘ୍ର ଆସିଗଲୁ ବୋଲି କହି ରାସ୍ତା କଡରେ ଅପେକ୍ଷା କରି ବସିଥିଲେ।

ସନ୍ଧ୍ୟା ହୋଇଯିବାରୁ ଲୋକେ ନିଜ ଗାଡି ପାଉ ନ ଥିଲେ
ଶନିବାର ଅପରାହ୍ନ ୪ଟାରେ ନୂଆପଡା ସର୍କିଟ ହାଉସ ପଡିଆରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରୁ ଅବତରଣ କରି ନୂଆପଡାଠାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ ରୋଡ୍‌ ଶୋ କରିବା କାର୍ଯ୍ୟକ୍ରମ ରହିଥିଲା। ହେଲେ ପ୍ରାୟ ୧ଘଣ୍ଟା ବିଳମ୍ବରେ ରୋଡ୍‌ ଶୋ ଆରମ୍ଭ ହୋଇଥିଲା। ଏତିକି ବେଳକୁ ସନ୍ଧ୍ୟା ହୋଇଯାଇଥିଲା। ଦୂରଦୂରାନ୍ତରୁ ଆସିଥିବା ଲୋକମାନେ ନିଜ ଗାଡି ପାଉ ନ ଥିବା ଦେଖାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?