ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ଆଜି

ବାଲେଶ୍ୱର ଅଫିସ, ୨୨।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବାଲେଶ୍ୱର ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପ ଶୁଭାରମ୍ଭ ହେବ। ଶୋଭାରାମପୁରଠାରେ ଏକ ରେଲୱେ ଓଭରବ୍ରିଜ୍‌ (ଏଲ୍‌ସି-୭୯)ର ଉଦ୍‌ଘାଟନ ହେବା ସହିତ ୬୯ ଅନ୍ୟ ପ୍ରକଳ୍ପ ମଧ୍ୟ ଉଦ୍‌ଘାଟନ ହେବ, ଯାହାର ବ୍ୟୟ ଅଟକଳ ୩୭୫କୋଟି ଟଙ୍କା। ସେହିପରି ମୁଖ୍ୟମନ୍ତ୍ରୀ ୧୫୦୦କୋଟି ଟଙ୍କା ବ୍ୟୟରେ ୧୨୨ଟି ପ୍ରକଳ୍ପ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ପ୍ରାୟ ୬୦ହଜାର ସଦସ୍ୟା ବିଶିଷ୍ଟ ୫୬୦୦ଟି ମହିଳା ସ୍ବୟଂସହାୟିକା ଗୋଷ୍ଠୀଙ୍କୁ ୨୨୦କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ରାଶି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଗୁରୁବାର ପୂର୍ବାହ୍ନ ୧୧ଟା ୧୫ରେ ହେଲିକପ୍ଟରରେ ପୋଲିସ ରିଜର୍ଭ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଓହ୍ଲାଇ ଉପରୋକ୍ତ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇ ଜିଲାବାସୀଙ୍କୁ ଉଦ୍‌ବୋଧନ ଦେବେ। ପୋଲିସ ପକ୍ଷରୁ ସୁରକ୍ଷା ଓ ଟ୍ରାଫିକ୍‌ ବ୍ୟବସ୍ଥା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ତତ୍ତ୍ୱାବଧାନରେ ୩ଜଣ ଅତିରିକ୍ତ ଏସ୍‌ପି, ୧୨ଜଣ ଡିଏସ୍‌ପି, ୩୪ଜଣ ଇନ୍ସପେକ୍ଟର, ୯୫ ଜଣ ସବ୍‌-ଇନ୍ସପେକ୍ଟର/ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର, ୩୩ ପ୍ଲାଟୁନ ଫୋର୍ସଙ୍କ ସମେତ ୧୦୩ଜଣ ରିଜର୍ଭ ପୋଲିସ, ୭୮ ହୋମ୍‌ଗାର୍ଡ଼ଙ୍କ ଦ୍ୱାରା ହେଲିପ୍ୟାଡ୍‌, କାରକେଡ୍‌, ସଭାସ୍ଥଳୀ, ଶୋଭାରାମପୁର ନୂତନ ବ୍ରିଜ୍‌ ଉଦ୍‌ଘାଟନୀ ସ୍ଥଳୀ, ଟ୍ରାଫିକ୍‌ ନିୟନ୍ତ୍ରଣ ଏବଂ ପାର୍କିଂ ପାଇଁ ନିୟୋଜିତ ହୋଇଛନ୍ତି। ଟ୍ରାଫିକ୍‌ ନିୟନ୍ତ୍ରଣ ଦୃଷ୍ଟିରୁ ଯାନବାହନକୁ ଆଇଟିଆଇ ପଡ଼ିଆ, ମିଶନ ପଡ଼ିଆ, ସରକାରୀ ଆଇଟିଆଇ ପରିସର, ଆର୍‌ଟିଓ ଅଫିସ୍‌ ପରିସର, ଜିଲା ସ୍କୁଲ ପଡ଼ିଆ, ଫକୀରମୋହନ କଲେଜ ପଡ଼ିଆରେ ରଖାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri