ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ଆଜି

ବାଲେଶ୍ୱର ଅଫିସ, ୨୨।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବାଲେଶ୍ୱର ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପ ଶୁଭାରମ୍ଭ ହେବ। ଶୋଭାରାମପୁରଠାରେ ଏକ ରେଲୱେ ଓଭରବ୍ରିଜ୍‌ (ଏଲ୍‌ସି-୭୯)ର ଉଦ୍‌ଘାଟନ ହେବା ସହିତ ୬୯ ଅନ୍ୟ ପ୍ରକଳ୍ପ ମଧ୍ୟ ଉଦ୍‌ଘାଟନ ହେବ, ଯାହାର ବ୍ୟୟ ଅଟକଳ ୩୭୫କୋଟି ଟଙ୍କା। ସେହିପରି ମୁଖ୍ୟମନ୍ତ୍ରୀ ୧୫୦୦କୋଟି ଟଙ୍କା ବ୍ୟୟରେ ୧୨୨ଟି ପ୍ରକଳ୍ପ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ପ୍ରାୟ ୬୦ହଜାର ସଦସ୍ୟା ବିଶିଷ୍ଟ ୫୬୦୦ଟି ମହିଳା ସ୍ବୟଂସହାୟିକା ଗୋଷ୍ଠୀଙ୍କୁ ୨୨୦କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ରାଶି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଗୁରୁବାର ପୂର୍ବାହ୍ନ ୧୧ଟା ୧୫ରେ ହେଲିକପ୍ଟରରେ ପୋଲିସ ରିଜର୍ଭ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଓହ୍ଲାଇ ଉପରୋକ୍ତ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇ ଜିଲାବାସୀଙ୍କୁ ଉଦ୍‌ବୋଧନ ଦେବେ। ପୋଲିସ ପକ୍ଷରୁ ସୁରକ୍ଷା ଓ ଟ୍ରାଫିକ୍‌ ବ୍ୟବସ୍ଥା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ତତ୍ତ୍ୱାବଧାନରେ ୩ଜଣ ଅତିରିକ୍ତ ଏସ୍‌ପି, ୧୨ଜଣ ଡିଏସ୍‌ପି, ୩୪ଜଣ ଇନ୍ସପେକ୍ଟର, ୯୫ ଜଣ ସବ୍‌-ଇନ୍ସପେକ୍ଟର/ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର, ୩୩ ପ୍ଲାଟୁନ ଫୋର୍ସଙ୍କ ସମେତ ୧୦୩ଜଣ ରିଜର୍ଭ ପୋଲିସ, ୭୮ ହୋମ୍‌ଗାର୍ଡ଼ଙ୍କ ଦ୍ୱାରା ହେଲିପ୍ୟାଡ୍‌, କାରକେଡ୍‌, ସଭାସ୍ଥଳୀ, ଶୋଭାରାମପୁର ନୂତନ ବ୍ରିଜ୍‌ ଉଦ୍‌ଘାଟନୀ ସ୍ଥଳୀ, ଟ୍ରାଫିକ୍‌ ନିୟନ୍ତ୍ରଣ ଏବଂ ପାର୍କିଂ ପାଇଁ ନିୟୋଜିତ ହୋଇଛନ୍ତି। ଟ୍ରାଫିକ୍‌ ନିୟନ୍ତ୍ରଣ ଦୃଷ୍ଟିରୁ ଯାନବାହନକୁ ଆଇଟିଆଇ ପଡ଼ିଆ, ମିଶନ ପଡ଼ିଆ, ସରକାରୀ ଆଇଟିଆଇ ପରିସର, ଆର୍‌ଟିଓ ଅଫିସ୍‌ ପରିସର, ଜିଲା ସ୍କୁଲ ପଡ଼ିଆ, ଫକୀରମୋହନ କଲେଜ ପଡ଼ିଆରେ ରଖାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?