ଅକ୍ଷୟ ଶକ୍ତିରେ ନିବେଶକରିବ ଏଚ୍‌ଆଇଏଫ୍‌

ଭୁବନେଶ୍ୱର,୧୨।୨(ଅନୁରାଧା ମହାରଣା): ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଚିଲିର ଏଚ୍‌ଆଇଏଫ୍‌ ଗ୍ଲୋବାଲ ଇଣ୍ଡିଆ ଆଗ୍ରହ ପ୍ରକାଶ କରିଛନ୍ତି। ମଙ୍ଗଳବାର ସମ୍ମିଳନୀ କକ୍ଷରେ ଇ-ଫୁଏଲ ଉତ୍ପାଦନ ନେଇ ଏକ ଉପସ୍ଥାପନା ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ପ୍ରଦର୍ଶନ କରିଛନ୍ତି। ବର୍ତ୍ତମାନ ସମୟରେ ବାୟୋଫୁଏଲର ବହୁତ ଚାହିଦା ରହିଛି। ପରିବେଶ ସୁରକ୍ଷା ସହ ଜୈବମଣ୍ଡଳର ସନ୍ତୁଳନ ରକ୍ଷା ନିମନ୍ତେ ଇ-ଫୁଏଲ ର ଆବଶ୍ୟକତା ରହିଛି। ଏଚ୍‌ଆଇଏଫ୍‌ ଗ୍ଲୋବାଲ ଇଣ୍ଡିଆ କମ୍ପାନୀ ସମ୍ପ୍ରତି ଯୁକ୍ତରାଷ୍ଟ୍ର ଆମେରିକା, ଚିଲି, ଉରୁଗୁଏ, ଅଷ୍ଟ୍ରେଲିଆ ପ୍ରଭୃତି ଦେଶରେ ମିଥାନଲ ସିନ୍ଥେସିସ କ୍ଷେତ୍ରରେ କାର୍ଯ୍ୟ କରୁଛି। ଓଡ଼ିଶା ମଧ୍ୟ ଏହିଭଳି ଏକ ୧ ବିଲିୟନ ଆମେରିକୀୟ ଡଲାରର ମିଥାନଲ ସିନ୍ଥେସିସ୍‌ ପ୍ରକଳ୍ପ ଆରମ୍ଭ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଆବଶ୍ୟକ ଅନୁଯାୟୀ ୫୦ ଏକର ଜମି, ଜଳଯୋଗାଣ ଓ ବିଦ୍ୟୁତ୍‌ ଯୋଗାଣ ଭଳି ଆନୁଷଙ୍ଗିକ ସୁବିଧା ଯୋଗାଇଦେବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶା ବର୍ତ୍ତମାନ ନିବେଶ ପାଇଁ ଶତପ୍ରତିଶତ ଅନୁକୂଳ। ସରକାରୀ ନିର୍ଦ୍ଦେଶାବଳୀ ଅନୁଯାୟୀ ଆମେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ପ୍ରସ୍ତୁତ ଅଛୁ। ଆମର ନିବେଶ ଅନୁକୂଳ ସିଙ୍ଗଲ୍‌ ଓ୍ବିଣ୍ଡୋ ଅନୁମୋଦନ ବ୍ୟବସ୍ଥା ଅଛି। ଏହାର ବ୍ୟବହାର ମଧ୍ୟ କମ୍ପାନୀ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସିଂଦେଓ କହିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପ୍ରାରମ୍ଭିକ କ୍ଷେତ୍ରରେ ୨୫୦ରୁ ଊଦ୍ଧର୍‌ବ ଲୋକ ଓ ପରବର୍ତ୍ତୀ ସମୟରେ ୫୦୦ରୁ ଊଦ୍ଧର୍‌ବ ଲୋକ ରୋଜଗାର ପାଇବେ ବୋଲି ଆକଳନ କରାଯାଇଛି ଏବଂ ବାର୍ଷିକ ୩,୫୦,୦୦୦ ଟନର ଇ-ମିଥାନଲ ଉତ୍ପାଦନ ହେବ। ୯୫ ପ୍ରତିଶତ କାର୍ବନ ନିର୍ଗମନ ହ୍ରାସ ପାଇବ। ଏହି ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଇପିକଲ ଏମ୍‌ଡି ଭୂପିନ୍ଦର ସିଂ ପୁନିଆ, ଟାଟା ପାୱାର ଓ ଶକ୍ତି ବିଭାଗ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri