ଭୁବନେଶ୍ୱର,୧୨।୨(ଅନୁରାଧା ମହାରଣା): ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଚିଲିର ଏଚ୍ଆଇଏଫ୍ ଗ୍ଲୋବାଲ ଇଣ୍ଡିଆ ଆଗ୍ରହ ପ୍ରକାଶ କରିଛନ୍ତି। ମଙ୍ଗଳବାର ସମ୍ମିଳନୀ କକ୍ଷରେ ଇ-ଫୁଏଲ ଉତ୍ପାଦନ ନେଇ ଏକ ଉପସ୍ଥାପନା ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ପ୍ରଦର୍ଶନ କରିଛନ୍ତି। ବର୍ତ୍ତମାନ ସମୟରେ ବାୟୋଫୁଏଲର ବହୁତ ଚାହିଦା ରହିଛି। ପରିବେଶ ସୁରକ୍ଷା ସହ ଜୈବମଣ୍ଡଳର ସନ୍ତୁଳନ ରକ୍ଷା ନିମନ୍ତେ ଇ-ଫୁଏଲ ର ଆବଶ୍ୟକତା ରହିଛି। ଏଚ୍ଆଇଏଫ୍ ଗ୍ଲୋବାଲ ଇଣ୍ଡିଆ କମ୍ପାନୀ ସମ୍ପ୍ରତି ଯୁକ୍ତରାଷ୍ଟ୍ର ଆମେରିକା, ଚିଲି, ଉରୁଗୁଏ, ଅଷ୍ଟ୍ରେଲିଆ ପ୍ରଭୃତି ଦେଶରେ ମିଥାନଲ ସିନ୍ଥେସିସ କ୍ଷେତ୍ରରେ କାର୍ଯ୍ୟ କରୁଛି। ଓଡ଼ିଶା ମଧ୍ୟ ଏହିଭଳି ଏକ ୧ ବିଲିୟନ ଆମେରିକୀୟ ଡଲାରର ମିଥାନଲ ସିନ୍ଥେସିସ୍ ପ୍ରକଳ୍ପ ଆରମ୍ଭ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଆବଶ୍ୟକ ଅନୁଯାୟୀ ୫୦ ଏକର ଜମି, ଜଳଯୋଗାଣ ଓ ବିଦ୍ୟୁତ୍ ଯୋଗାଣ ଭଳି ଆନୁଷଙ୍ଗିକ ସୁବିଧା ଯୋଗାଇଦେବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶା ବର୍ତ୍ତମାନ ନିବେଶ ପାଇଁ ଶତପ୍ରତିଶତ ଅନୁକୂଳ। ସରକାରୀ ନିର୍ଦ୍ଦେଶାବଳୀ ଅନୁଯାୟୀ ଆମେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ପ୍ରସ୍ତୁତ ଅଛୁ। ଆମର ନିବେଶ ଅନୁକୂଳ ସିଙ୍ଗଲ୍ ଓ୍ବିଣ୍ଡୋ ଅନୁମୋଦନ ବ୍ୟବସ୍ଥା ଅଛି। ଏହାର ବ୍ୟବହାର ମଧ୍ୟ କମ୍ପାନୀ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସିଂଦେଓ କହିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପ୍ରାରମ୍ଭିକ କ୍ଷେତ୍ରରେ ୨୫୦ରୁ ଊଦ୍ଧର୍ବ ଲୋକ ଓ ପରବର୍ତ୍ତୀ ସମୟରେ ୫୦୦ରୁ ଊଦ୍ଧର୍ବ ଲୋକ ରୋଜଗାର ପାଇବେ ବୋଲି ଆକଳନ କରାଯାଇଛି ଏବଂ ବାର୍ଷିକ ୩,୫୦,୦୦୦ ଟନର ଇ-ମିଥାନଲ ଉତ୍ପାଦନ ହେବ। ୯୫ ପ୍ରତିଶତ କାର୍ବନ ନିର୍ଗମନ ହ୍ରାସ ପାଇବ। ଏହି ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଇପିକଲ ଏମ୍ଡି ଭୂପିନ୍ଦର ସିଂ ପୁନିଆ, ଟାଟା ପାୱାର ଓ ଶକ୍ତି ବିଭାଗ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

