Posted inଜାତୀୟ

ବାତ୍ୟା ପାଇଁ ହାଇ-ଆଲର୍ଟ: ସ୍କୁଲ ବନ୍ଦ, ଟ୍ରେନ-ବିମାନ ଚଳାଚଳ ବାତିଲ୍‌

ଚେନ୍ନାଇ,୨୯।୧୧:: ମାଡ଼ି ଆସୁଛି ବାତ୍ୟା। ସାମୁଦ୍ରିକ ବାତ୍ୟା ‘ଦିତ୍‌ୱାହ’ ଶ୍ରୀଲଙ୍କାରେ ତାଣ୍ଡବ ରଚିବା ପରେ ଏବେ ତାମିଲନାଡୁ ମୁହାଁ ହୋଇଛି। ନଭେମ୍ବର ୩୦ରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ସକାଳେ ‘ଦିତ୍‌ୱାହ’ ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଲ୍ୟାଣ୍ଡଫଲ୍‌ କରିଥିଲା। ବାତ୍ୟା ପ୍ରଭାବରେ ଗୁରୁବାରଠାରୁ ଶ୍ରୀଲଙ୍କାରେ ପ୍ରବଳ ବର୍ଷା ଓ ପବନ ଲାଗି ରହିବାରୁ ଅନେକ ଅଞ୍ଚଳରେ ବନ୍ୟା ଆସି ଓ ଭୂସ୍କଳଖ ଘଟି ୫୬ ଜଣଙ୍କର ମୃତ୍ୟୁ ହୋଇଛି। ବାତ୍ୟା ଦିତ୍‌ୱାହ ଏବେ ଦକ୍ଷିଣ-ଦକ୍ଷିଣପୂର୍ବ ପୁଡୁଚେରୀଠାରୁ ୪୪୦ କିମି ଦୂର ଓ ଚେନ୍ନାଇର ଦକ୍ଷିଣରେ ୫୪୦ କିମି ଦୂରରେ ରହିଛି। ତାମିଲନାଡ଼ୁର ୪ ଜିଲ୍ଲା ପାଇଁ ରେଡ୍‌ ଆଲର୍ଟ ଏବଂ ୫ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ଶ୍ରୀଲଙ୍କାର ଅବସ୍ଥା ଦେଖି ଏବେ ସତର୍କ ହୋଇଛନ୍ତି ତାମିଲନାଡ଼ୁ ସରକାର। ପ୍ରତିକୂଳ ପାଗ ଚେନ୍ନାଇ ଆନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳକୁ ପ୍ରଭାବିତ କରିଛି, ଯାହା ଫଳରେ ୨୯ ନଭେମ୍ବରରେ ହେବାକୁ ଥିବା ଅନେକ ବିମାନ ଚଳାଚଳ ବାତିଲ କରାଯାଇଛି।

ଆସୁଥିବା ଘୂର୍ଣ୍ଣିଝଡ଼ ଦିତ୍‌ୱ‌ାହକୁ ନଜରରେ ରଖି ତାମିଲନାଡୁ ସରକାର ଶନିବାର ରାଜ୍ୟର ସମସ୍ତ ସ୍କୁଲ ପାଇଁ ଛୁଟି ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri