Posted inଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣ ପରେ ବେଙ୍ଗାଲୁରରେ ହାଇ ଆଲର୍ଟ ଜାରି

ବେଙ୍ଗାଲୁର,୨୭।୪: ଶ୍ରୀଲଙ୍କାରେ ଗତ ୨୧ ତାରିଖରେ ହୋଇଥିବା ବିସ୍ଫୋରଣ ପରେ ବେଙ୍ଗାଲୁର ଓ ମୈସୂରୁରେ ହାଇ ଆଲର୍ଟ ଜାରି କରାଯାଇଛି। କର୍ନାଟକର ଦକ୍ଷିଣାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ବେଙ୍ଗାଲୁର ପୋଲିସ କମିଶନର ଟି ସୁନୀଲ କୁମାର କହିଛନ୍ତି, ଅନେକ ସମ୍ବେଦନଶୀଳ ଅଞ୍ଚଳ, ଧାର୍ମିକ ସ୍ଥଳ, ମାର୍କେଟ, ମଲ୍‌, ଶପିଂ ପ୍ଲାଜା, ମଲ୍ଟିପ୍ଲେକ୍ସ, ଏୟାରପୋର୍ଟ, ରେଲଓ୍ବେ ଷ୍ଟେଶନ, ବସ୍‌ ଟର୍ମିନାଲ ଓ ପବ୍ଲିକ୍‌ ପ୍ଲେସ୍‌ରେ ସୁରକ୍ଷା ବ୍ୟବସ୍ଥା କଡା କରାଯିବା ସହ ଅଧିକ ଯବାନ ମୁତୟନ କରାଯାଇଛି। କାରଣ ଶ୍ରୀଲଙ୍କା ବିସ୍ଫୋରଣ ପରେ ଭାରତରେ ବିସ୍ଫୋରଣ ଆଶଙ୍କା କରି ଏପରି ବ୍ୟବସ୍ଥା ଗ୍ରହଣ କରାଯାଇଥିବା ସେ ପ୍ରକାଶ କରିଛନ୍ତି। ଲୋକ ସଭା ନିର୍ବାଚନ ପାଇଁ ସହରରେ ପୂର୍ବରୁ କଡା ସୁରକ୍ଷା ବ୍ୟବସ୍ଥା ଥିବା ସତ୍ୱେ ଏହାକୁ ଆହୁରି ମଜଭୁତ କରାଯାଇଛି। ସୂଚନାଯୋଗ୍ୟ, ଇଷ୍ଟର ସନ୍‌ଡେ’ରେ ଶ୍ରୀଲଙ୍କାରେ ହୋଇଥିବା ପ୍ରାୟ ୮ଟି ସିରିଏଲ ବିସ୍ଫୋରଣରେ ୩ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri