ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ ସମ୍ପୂର୍ଣ୍ଣ ଭାବେ ‘ହାଇ ଆଲର୍ଟ’ ଜାରି କରାଯିବା ସହ ପ୍ରତିନିଧିମାନଙ୍କ ସୁରକ୍ଷା ପାଇଁ ୧୦,୦୦୦ରୁ ଅଧିକ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସେନା ପ୍ରତ୍ୟକ୍ଷ ଭାବେ ଏହି ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛି।
ଡନ (Dawn) ରିପୋର୍ଟ ଅନୁଯାୟୀ, ସହରର ସୁରକ୍ଷା ପାଇଁ ବିଭିନ୍ନ ବିଭାଗର ସାହାଯ୍ୟ ନିଆଯାଇଛି। ରାଜଧାନୀ ପୋଲିସର ୬,୦୦୦ ଯବାନ, ପଞ୍ଜାବ କନଷ୍ଟେବୁଲାରୀର ୩,୦୦୦ ଯବାନ, ଫ୍ରଣ୍ଟିୟର କନଷ୍ଟେବୁଲାରୀର ୯୦୦ ଯବାନଙ୍କ ବ୍ୟତୀତ ପ୍ରାୟ ୧୦୦୦ ଟ୍ରାଫିକ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି।  କେବଳ ଏତିକି ନୁହେଁ ରେଞ୍ଜର୍ସ ଏବଂ ଅନ୍ୟାନ୍ୟ ଗୋଇନ୍ଦା ସଂସ୍ଥା ମଧ୍ୟ ସଜାଗ ରହିଛନ୍ତି।
ସହରର ରେଡ୍‌ ଜୋନ୍‌ ଏବଂ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ସେନା ଓ ରେଞ୍ଜର୍ସଙ୍କୁ ମୁତୟନ କରାଯାଇଛି। କୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ କ୍ୱିକ ରେସପନ୍ସ ଫୋର୍ସ (QRF)କୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତ ରଖାଯାଇଛି। ମାରଗାଲା ହିଲ୍ସ ଅଞ୍ଚଳରେ ସୁରକ୍ଷା ବାହିନୀର ଉପସ୍ଥିତି ବଢ଼ାଯାଇଛି। ରେଡ ଜୋନ୍‌କୁ ଯାଉଥିବା ସମସ୍ତ ରାସ୍ତାକୁ ବନ୍ଦ କରିଦିଆଯାଇଥିବା ବେଳେ କେବଳ ମାରଗାଲା ରୋଡ୍‌କୁ ସୀମିତ ଭାବେ ଖୋଲା ରଖାଯାଇଛି। ଏହି ରାସ୍ତା ଦେଇ କେବଳ ଅନୁମତିପ୍ରାପ୍ତ ବ୍ୟକ୍ତି ଏବଂ ସ୍ଥାନୀୟ ବାସିନ୍ଦା ଯାତାୟାତ କରିପାରିବେ।
ବିଦେଶୀ ପ୍ରତିନିଧିମାନଙ୍କ ପାଇଁ ‘ବ୍ଲୁ ବୁକ’ (Blue Book) ପ୍ରୋଟୋକଲ ଲାଗୁ କରାଯାଇଛି। ଏହି ନିୟମ ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥାରେ କୌଣସି ପ୍ରକାର ଶିଥିଳତାକୁ ବରଦାସ୍ତ କରାଯିବ ନାହିଁ। ପ୍ରତିନିଧିଙ୍କ ସହ ରହୁଥିବା ସୁରକ୍ଷା ଦଳକୁ ମଧ୍ୟ ମୋବାଇଲ ଫୋନ କିମ୍ବା ଅନ୍ୟ କୌଣସି ଇଲେକ୍ଟ୍ରୋନିକ ଉପକରଣ ବ୍ୟବହାର କରିବାକୁ ଅନୁମତି ଦିଆଯାଇନାହିଁ। ସୁରକ୍ଷା କାରଣରୁ ଅନେକ ପ୍ରମୁଖ ରାସ୍ତାକୁ ବନ୍ଦ କିମ୍ବା ଡାଇଭର୍ଟ କରାଯାଇଛି। ସାଧାରଣ ଜନତାଙ୍କୁ ବିକଳ୍ପ ରାସ୍ତା ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ମୋଟାମୋଟି କହିବାକୁ ଗଲେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ କରିବା ପାଇଁ ପାକିସ୍ତାନ ସରକାର ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri