ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ

ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି। ଏହି କ୍ରମରେ ରାଜଧାନୀ ଭୁବନେଶ୍ବରରେ ବି ହାଇଆଲର୍ଟ ଜାରି କରାଯାଇଛି। ଏ ନେଇ ଭୁବନେଶ୍ବର ଡିସିପି ସୂଚନା ଦେଇଛନ୍ତି। ସବୁ ପ୍ରବେଶ ଓ ପ୍ରସ୍ଥାନ ପଥରେ କଡ଼ା ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି। ରେଲୱେ ଷ୍ଟେଶନ ଓ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ସହ ସମସ୍ତ ହୋଟେଲରେ ସର୍ଚ୍ଚ କରିବାକୁ ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେପଟେ, ପୋଲିସ ଡିଜିଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। -ସୁରକ୍ଷା ବାଲିଯାତ୍ରା ଚାଲିଥିବାରୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପ୍ରମୁଖ ସହର ଓ ସମ୍ବେଦନଶୀଳ ସ୍ଥାନରେ ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ। ସାଧାରଣ ଲୋକଙ୍କ ଜୀବନହାନି ନେଇ ମୁଖ୍ୟମନ୍ତ୍ରୀ ଦୁଃଖପ୍ରକାଶ କରିଛନ୍ତି। ଏହା ସହ ସହ ଘଟଣାର କଡ଼ା ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ।

 

Dharitri – The Largest & Most Trusted Odia Daily

Share
Tags: odisha