ଦିଲ୍ଲୀ ବିସ୍ଫୋରଣ ପରେ ଉପକୂଳରେ ହାଇ ଆଲର୍ଟ

ମହାକାଳପଡ଼ା, ୧୧ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଦିଲ୍ଲୀରେ ଆତଙ୍କବାଦୀଙ୍କ ବିସ୍ଫୋରଣ ପରେ ଓଡ଼ିଶାର ସମ୍ବେଦନଶୀଳ ସ୍ଥାନଗୁଡିକରେ ହାଇ ଆଲର୍ଟ ଜାରି କରାଯାଇଛି। ଉପକୂଳ ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। କେନ୍ଦ୍ରାପଡ଼ା ଏସ୍‌ପି ସିଦ୍ଧାର୍ଥ କଟରିଆଙ୍କ ନିର୍ଦ୍ଦେଶକ୍ରମେ ମହାକାଳପଡା ବ୍ଲକ ଅଞ୍ଚଳର ମହାକାଳପଡ଼ା, ଜମ୍ବୁ ଓ ତନ୍ତିଆପାଳ ସାମୁଦ୍ରିକ ଥାନାକୁ ଆଲର୍ଟ ଜାରି କରାଯାଇଛି ବୋଲି ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳ କହିଛନ୍ତି।
ସନ୍ଦିଗ୍ଧମାନଙ୍କୁ ଦେଖିଲେ କିମ୍ବା କୌଣସି ବ୍ୟକ୍ତିଙ୍କ ପ୍ରତି ସନ୍ଦେହ ହେଲେ ତୁରନ୍ତ ନିକଟସ୍ଥ ପୋଲିସକୁ ସୂଚନା ଦେବା ପାଇଁ କୁହାଯାଇଛି। ବଙ୍ଗୋପସାଗର କୂଳରେ ସମ୍ବେଦନଶୀଳ ବତୀଘର ଫଲ୍ସ ପଏଣ୍ଟ, ହୁକିଟୋଲା ଓ ପାରାଦ୍ୱୀପ ବୃହତ ବନ୍ଦର ସହିତ ସମୁଦ୍ର ସଂଲଗ୍ନ କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟି ଥିବାରୁ ବିଶେଷ ସତର୍କ ରହିବାକୁ କୁହାଯାଇଛି। ଅପର ପକ୍ଷରେ ସମୁଦ୍ର ମଧ୍ୟରେ ଛଦ୍ମ ବେଶରେ ଯନ୍ତ୍ର ଚାଳିତ ଡଙ୍ଗାରେ ଅଜଣା ସନ୍ଦେହ ଜନକ ସନ୍ଦିଗ୍ଧମାନଙ୍କୁ ଠାବ କରିବା ସହିତ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ପାଇଁ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏ ନେଇ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପଚାରିବାରୁ ୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ରହିଛି। ପୋଲିସ ପକ୍ଷରୁ ଜମ୍ବୁ, ବତୀଘର ଓ ବାହାକୁଦ ଘାଟଠାରେ ଚେକିଂ ଓ ନାକାବନ୍ଦୀ କରାଯାଇଛି । ୨୪ ଘଣ୍ଟିଆ ପାଟ୍ରୋଲିଂ କରାଯିବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?