ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। କେନ୍ଦ୍ର ଓ ଛତିଶଗଡ଼ ସରକାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସୁରୁଖୁରୁରେ କରିବା ପାଇଁ ମାଓବାଦୀ ଦମନ ଅଭିଯାନ ଚଳାଇଥିଲା ବେଳେ ୧ ମାସ ମଧ୍ୟରେ ପ୍ରାୟ ୮୦ ମାଓବାଦୀଙ୍କୁ ମୃତ୍ୟୁ ହେବା ସହ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସୀମାନ୍ତରେ ଘନ ଘନ କୋମ୍ବିଂ ଯୋଗୁ ଛତିଶଗଡ଼ ମାଓବାଦୀମାନେ ଓଡ଼ିଶା ସୀମାକୁ ପ୍ରବେଶ କରିବାର ଆଶଙ୍କାକୁ ଦୃଷ୍ଟିରେ ରଖି ମାଲାକନଗିରି ଏସ୍‌ପି ନୀତୀଶ ବାଧ୍ୱାନୀ ସୀମାନ୍ତରେ ସୁରକ୍ଷାକୁ କଡ଼ାକଡ଼ି କରିଛନ୍ତି। ଏସ୍‌ପି ବାଧ୍ୱାନୀଙ୍କୁ ସୁରକ୍ଷା ସମ୍ବନ୍ଧରେ ପଚାରିବାରୁ ଓଡ଼ିଶା ଭିତରକୁ ମାଓବାଦୀମାନେ ଯେପରି ପ୍ରବେଶ ନ କରନ୍ତି କିମ୍ବା କୌଣସି ଅଘଟଣ ନ ଘଟାନ୍ତି ସେଥିପାଇଁ ମାଲକାନଗିରି ଜିଲା ସୀମାକୁ ଲାଗିଥିବା ୨୪ ପ୍ରବେଶ ପଥକୁ ସିଲ୍‌ କରି ଦିଆଯାଇଛି। ଯାନବାହନକୁ କଡ଼ାକଡ଼ି ଯାଞ୍ଚ କରାଯିବା ସହ ଗୋଟିଏ ପ୍ଲାଟୁନ ଡିଭିଏଫ୍‌, ୪ ପ୍ଲାଟୁନ ଏସ୍‌ଓଜି, ୧୬ ପ୍ଲାଟୁନ ବିଏସ୍‌ଏଫ୍‌ଙ୍କୁ ଦିନରାତି କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିସହ ଶକ୍ତିଶାଳୀ ଡ୍ରୋନ୍‌ କ୍ୟାମେରା ମାଧ୍ୟମରେ ମାଓବାଦୀଙ୍କ ଗତିବିଧି ଉପରେ ତୀକ୍ଷ୍ମ ଦୃଷ୍ଟି ରଖାଯାଇଛି। ଗୋଇନ୍ଦା ବିଭାଗକୁ ସକ୍ରିୟ କରାଯିବା ସହ ମାଓବାଦୀଙ୍କ ସ୍ଥିତି ସମ୍ପର୍କରେ ଗୋପନ ତଥ୍ୟ ସଂଗ୍ରହ କରାଯାଉଛି। ଯେକୌଣସି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ମାଲକାନଗିରି ପୋଲିସ ସଜାଗ ଅଛି। ଆସନ୍ତା ନିର୍ବାଚନ ମାଲକାନଗିରି ଜିଲାରେ ଶାନ୍ତିପୂର୍ଣ୍ଣ ଭାବେ ଦେବା ପାଇଁ ସମସ୍ତ ବ୍ୟବସ୍ଥା ସମ୍ପୂର୍ଣ୍ଣ ହୋଇଛି ବୋଲି ବାଧ୍ୱାନୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?