୩ ଲକ୍ଷ ନାଟୋ ସୈନ୍ୟଙ୍କୁ ହାଇ ଆଲର୍ଟ, ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇଲା…

ମାଦ୍ରିଦ୍‌, ୨୮।୬ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଏହାର ୩ ଲକ୍ଷ ସୈନିକଙ୍କୁ ହାଇ ଆଲର୍ଟରେ ରଖିବାକୁ ଯାଉଛି। ନାଟୋ ସେକ୍ରେଟେରୀ ଜେନେରାଲ ଜେନ୍ସ ଷ୍ଟୋଲଟେନ୍ବର୍ଗ ଏହା ପ୍ରକାଶ କରିଛନ୍ତି ଏବଂ ସେ କହିଛନ୍ତି ଯେ ସେ ସାମରିକ ମିଳିତ ମଞ୍ଚର ଶକ୍ତିକୁ ଏହା ସୁଦୃଢ଼ କରିବ।

ସେକ୍ରେଟେରୀ ଜେନେରାଲ ଜେନ୍ସ ଷ୍ଟୋଲଟେନ୍ବର୍ଗ ବ୍ରୁସେଲ୍ସରେ ସଂଗଠନର ମୁଖ୍ୟାଳୟରେ ଶପଥ ଗ୍ରହଣ କରିଛନ୍ତି ଯେ ନାଟୋର ପ୍ରତିରୋଧ ତଥା ପ୍ରତିରକ୍ଷା କ୍ଷେତ୍ରରେ ମୌଳିକ ପରିବର୍ତ୍ତନ କରାଯିବ। ସେ କହିଛନ୍ତି ଯେ ଆମେ ନାଟୋର ରେସପନ୍ସ ଦଳକୁ ନବୀକରଣ କରିବୁ। ୟୁକ୍ରେନରେ ରୁଷିଆର ଭୟାନକ ଆକ୍ରମଣ ଯୋଗୁ ନାଟୋ ଦେଶରେ ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନଙ୍କ ଆକ୍ରମଣର ଭୟ ସୃଷ୍ଟି କରିଛି। ଏହି କାରଣରୁ ନାଟୋ ବର୍ତ୍ତମାନ ରୁଷିଆ ସହିତ ଲାଗିଥିବା ବାଲଟିକ ଦେଶରେ ଏହାର ପ୍ରତିରକ୍ଷା ବ୍ୟବସ୍ଥାକୁ ମଜବୁତ କରିବାକୁ ଯାଉଛି।

ବର୍ତ୍ତମାନ ଫିନଲ୍ୟାଣ୍ଡ ଏବଂ ସ୍ବିଡେନ ମଧ୍ୟ ରୁଷିଆର ମୁକାବିଲା ପାଇଁ ନାଟୋରେ ଯୋଗଦେବାକୁ ଆବେଦନ କରିଛନ୍ତି। ସ୍ପେନରେ ହେବାକୁ ଥିବା ନାଟୋ ବୈଠକରେ ସ୍ପେନ ଏବଂ ଫିନଲ୍ୟାଣ୍ଡ ସଦସ୍ୟତା ଉପରେ ଆଲୋଚନା କରାଯିବ। ଏଥିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଅଂଶଗ୍ରହଣ କରିବାକୁ ଯାଉଛନ୍ତି। ନାଟୋ ସେକ୍ରେଟେରୀ ଜେନେରାଲ କହିଛନ୍ତି ଯେ ରୁଷିଆ ଆମର ସୁରକ୍ଷା, ଆମର ମୂଲ୍ୟବୋଧ ଏବଂ ନିୟମ ଭିତ୍ତିକ ଆନ୍ତର୍ଜାତୀୟ ଶୃଙ୍ଖଳା ପ୍ରତି ସିଧାସଳଖ ବିପଦ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri