Posted inଜାତୀୟ

ଆକ୍ସନ ମୋଡରେ ଭାରତ, କାନାଡା ହାଇ କମିଶନରଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୯: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦିପ ସିଂ ନିଜ୍ଜରଙ୍କ ହତ୍ୟା ସଂପର୍କରେ କାନାଡା ପ୍ରଧାନମନ୍ତ୍ରୀ ଭାରତ ବିରୋଧରେ ଏକ ବୟାନ ଦେଇଛନ୍ତି। ଏଥିସହ ହାର୍ଦ୍ଦିକ ସିଂ ନିଜ୍ଜାରଙ୍କ ହତ୍ୟା ପଛରେ ଭାରତ ଅଛି ବୋଲି ଅଭିଯୋଗ କରିବା ପରେ କାନାଡା ଜଣେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିଛି।

ବୁଧବାର ଭାରତ ମଧ୍ୟ କାନାଡା ସରକାରଙ୍କୁ ଉପଯୁକ୍ତ ଉତ୍ତର ଦେଇଛି। ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି, ପ୍ରଧାନମନ୍ତ୍ରୀ ଟ୍ରୁଡୋଙ୍କ ଅଭିଯୋଗ ଭିତ୍ତିହୀନ। ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ବୟାନ ଖାଲିସ୍ତାନୀ ଆତଙ୍କବାଦୀ ତଥା ଉଗ୍ରବାଦୀଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଏକ ପ୍ରୟାସ। ଯାହାଙ୍କୁ କାନାଡାରେ ଆଶ୍ରୟ ମିଳୁଛି।
ଏଥି ସହିତ ବୁଧବାର ସକାଳେ ଭାରତ କାନାଡାର ହାଇ କମିଶନର୍‌ କାମେରୁନ ମ୍ୟାକେଙ୍କୁ ଡକାଇଥିଲା। କାନାଡାର କୂଟନୀତିଜ୍ଞଙ୍କୁ ଭାରତରୁ ବହିଷ୍କାର କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।
ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ମଙ୍ଗଳବାର ଭାରତକୁ କାନାଡାର ହାଇ କମିଶନରଙ୍କୁ ଡକାଯାଇ ଭାରତରେ ଅବସ୍ଥାପିତ ଜଣେ ବରିଷ୍ଠ କାନାଡିୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ଭାରତ ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯାଇଛି।
ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଆହୁରି ମଧ୍ୟ କହିଛି ଯେ ସମ୍ପୃକ୍ତ କୂଟନୀତିଜ୍ଞଙ୍କୁ ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଭାରତ ଛାଡିବାକୁ କୁହାଯାଇଛି। ଏହି ନିଷ୍ପତ୍ତିରେ ଆମର ଆଭ୍ୟନ୍ତରୀଣ ବ୍ୟାପାରରେ କାନାଡିୟ କୂଟନୀତିଜ୍ଞଙ୍କ ହସ୍ତକ୍ଷେପ ଏବଂ ଭାରତ ବିରୋଧୀ କାର୍ଯ୍ୟକଳାପରେ ସେମାନଙ୍କର ଯୋଗଦାନକୁ ନେଇ ଭାରତ ସରକାରଙ୍କ ଚିନ୍ତା ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?