Posted inଜାତୀୟ

ମମତାଙ୍କ ପିଟିଶନ ଗ୍ରହଣ କଲେ ହାଇକୋର୍ଟ

କୋଲକାତା,୧୫ା୭: ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆବେଦନକୁ ବୁଧବାର କାଲକାଟା ହାଇକୋର୍ଟ ଗ୍ରହଣ କରିଛନ୍ତି। ଜଷ୍ଟିସ୍‌ ଶାମ୍ପା ସର୍କାର ନନ୍ଦିଗ୍ରାମର ପରାଜିତ ଟିଏମ୍‌ସି ପ୍ରାର୍ଥୀ ମମତାଙ୍କ ପିଟିଶନର ଶୁଣାଣି ଅଗଷ୍ଟ ୧୨ରେ କରିବାକୁ ଧାର୍ଯ୍ୟ କରିଛନ୍ତି। ଇତିମଧ୍ୟରେ ଭାଜପା ବିଧାୟକ ଶୁଭେନ୍ଦୁ ଓ ଅନ୍ୟ ପକ୍ଷମାନଙ୍କୁ ନୋଟିସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନନ୍ଦିଗ୍ରାମ ନିର୍ବାଚନ ସମ୍ପର୍କିତ ସମସ୍ତ ରେକର୍ଡ ଓ ଉପକରଣ ସୁରକ୍ଷିତ ରଖିବା ପାଇଁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶୁଭେନ୍ଦୁ ଉକ୍ତ ଆସନରୁ ମମତାଙ୍କୁ ୧,୯୫୬ ଭୋଟ ବ୍ୟବଧାନରେ ପରାଜିତ କରିଥିବା ନିର୍ବାଚନ କମିଶନ ଘୋଷଣା କରିଥିଲେ। ମମତା ଏହା ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଇତିମଧ୍ୟରେ ମମତାଙ୍କ ଆବେଦନକୁ ରାଜ୍ୟ ବାହାର କୌଣସି ଏକ କୋର୍ଟକୁ ସ୍ଥାନାନ୍ତର କରାଯାଉ ବୋଲି ଶୁଭେନ୍ଦୁ ସୁପ୍ରିମକୋର୍ଟ ଯାଇଛନ୍ତି। ସେପଟେ ପଶ୍ଚିମବଙ୍ଗ ସିଆଇଡି ଅଧିକାରୀମାନେ ଶୁଭେନ୍ଦୁଙ୍କ କୋଣ୍ଟାଇ ବାସଭବନରେ ପହଞ୍ଚିଛନ୍ତି। ୩ ବର୍ଷ ତଳେ ଶୁଭେନ୍ଦୁଙ୍କ ସୁରକ୍ଷାକର୍ମୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri