Posted inଜାତୀୟ

ମମତାଙ୍କ ପିଟିଶନ ଗ୍ରହଣ କଲେ ହାଇକୋର୍ଟ

କୋଲକାତା,୧୫ା୭: ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆବେଦନକୁ ବୁଧବାର କାଲକାଟା ହାଇକୋର୍ଟ ଗ୍ରହଣ କରିଛନ୍ତି। ଜଷ୍ଟିସ୍‌ ଶାମ୍ପା ସର୍କାର ନନ୍ଦିଗ୍ରାମର ପରାଜିତ ଟିଏମ୍‌ସି ପ୍ରାର୍ଥୀ ମମତାଙ୍କ ପିଟିଶନର ଶୁଣାଣି ଅଗଷ୍ଟ ୧୨ରେ କରିବାକୁ ଧାର୍ଯ୍ୟ କରିଛନ୍ତି। ଇତିମଧ୍ୟରେ ଭାଜପା ବିଧାୟକ ଶୁଭେନ୍ଦୁ ଓ ଅନ୍ୟ ପକ୍ଷମାନଙ୍କୁ ନୋଟିସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନନ୍ଦିଗ୍ରାମ ନିର୍ବାଚନ ସମ୍ପର୍କିତ ସମସ୍ତ ରେକର୍ଡ ଓ ଉପକରଣ ସୁରକ୍ଷିତ ରଖିବା ପାଇଁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶୁଭେନ୍ଦୁ ଉକ୍ତ ଆସନରୁ ମମତାଙ୍କୁ ୧,୯୫୬ ଭୋଟ ବ୍ୟବଧାନରେ ପରାଜିତ କରିଥିବା ନିର୍ବାଚନ କମିଶନ ଘୋଷଣା କରିଥିଲେ। ମମତା ଏହା ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଇତିମଧ୍ୟରେ ମମତାଙ୍କ ଆବେଦନକୁ ରାଜ୍ୟ ବାହାର କୌଣସି ଏକ କୋର୍ଟକୁ ସ୍ଥାନାନ୍ତର କରାଯାଉ ବୋଲି ଶୁଭେନ୍ଦୁ ସୁପ୍ରିମକୋର୍ଟ ଯାଇଛନ୍ତି। ସେପଟେ ପଶ୍ଚିମବଙ୍ଗ ସିଆଇଡି ଅଧିକାରୀମାନେ ଶୁଭେନ୍ଦୁଙ୍କ କୋଣ୍ଟାଇ ବାସଭବନରେ ପହଞ୍ଚିଛନ୍ତି। ୩ ବର୍ଷ ତଳେ ଶୁଭେନ୍ଦୁଙ୍କ ସୁରକ୍ଷାକର୍ମୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri