Posted inଜାତୀୟ

୨୮ସପ୍ତାହରେ ଗର୍ଭପାତ କରିବାକୁ ଅନୁମତି ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ,୧୧।୧: ଜଣେ ମହିଳାଙ୍କୁ ୨୮ ସପ୍ତାହରେ ଗର୍ଭପାତ କରିବାକୁ ଦିଲ୍ଲୀ ହାଇକୋର୍ଟ ଅନୁମତି ଦେଇଛନ୍ତି। ଗର୍ଭରେ ବଢୁଥିବା ଭ୍ରୁଣର ମସ୍ତିଷ୍କ ଉପରେ ଖପୁରୀ ଠିକ୍‌ ଭାବେ ନିର୍ମିତ ହୋଇ ନ ଥିବାରୁ କୋର୍ଟ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଆନେନ୍ସଫାଲେ ସମସ୍ୟା ଯୋଗୁ ଏହା ହୋଇଥିବା ଏମ୍ସ୍‌ ଡାକ୍ତରଙ୍କ ପକ୍ଷରୁ ରିପୋର୍ଟ ପ୍ରଦାନ କରାଯାଇଥିଲା। ରିପୋର୍ଟ ଦାଖଲ ପରେ ବିଚାରପତି ଡି.ଏନ୍‌.ପଟେଲ ଏବଂ ଜ୍ୟୋତି ସିଂଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ମେଡ଼ିକାଲ ଟର୍ମିନେଶନ ଅଫ୍‌ ପ୍ରେଗାନ୍ସି ଆକ୍ଟ ୧୯୭୧ ଏବଂ ଧାରା-୩ର ବିଭାଗ-୨-ଖ ଅର୍ନ୍ତଗତ ଗର୍ଭବତୀ ମହିଳାଙ୍କୁ ୨୦ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଅନୁମତି ଦିଆଯାଇ ପାରିବ। କାରଣ ଏହାପରେ ଗର୍ଭପାତ କଲେ ସମ୍ପୃକ୍ତ ମହିଳାଙ୍କ ଜୀବନ ପ୍ରତି ଯଥେଷ୍ଟ ବିପଦ ରହିଥାଏ। ମାତ୍ର ସମ୍ପ୍ରତି ଚିକିତ୍ସା ଜ୍ଞାନକୌଶଳରେ ବିକାଶ ହୋଇଥିବାରୁ ଗର୍ଭଧାରଣର ଯେ କୌଣସି ସମୟରେ ମଧ୍ୟ ଗର୍ଭପାତ କରାଯାଇ ପାରୁଛି। ତେଣୁ କୋର୍ଟ ମହିଳାଙ୍କୁ ଗର୍ଭପାତ ଲାଗି ଅନୁମତି ଦେଇଛନ୍ତି। ଏହାଦ୍ୱାରା ସମ୍ପୃକ୍ତ ମହିଳାଙ୍କ ପ୍ରତି ବିପଦ ରହିବ ନାହିଁ ବୋଲି ଖଣ୍ଡପୀଠ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri