ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅଦାଲତ ତାଙ୍କୁ ଗର୍ଭପାତ ଏବଂ ଭ୍ରୂଣର ଡିଏନଏ (DNA) ପରୀକ୍ଷା ପାଇଁ ଅନୁମତି ପ୍ରଦାନ କରିଛନ୍ତି । ପୀଡ଼ିତା ଜଣକ ହାଇକୋର୍ଟରେ ଏକ ମାମଲା ଦାୟର କରି ଦର୍ଶାଇଥିଲେ ଯେ, ତାଙ୍କର ଏହି ଗର୍ଭଧାରଣ ଅନିଚ୍ଛାକୃତ ଏବଂ ଏହା ଏକ ଦୁଷ୍କର୍ମ ମାମଲା ସହ ଜଡ଼ିତ ।

ପୂର୍ବରୁ ସେ ରାଉରକେଲା ମହିଳା ଥାନାରେ ଏନେଇ ଅଭିଯୋଗ କରିଥିଲେ, ଯାହାକୁ ‘ଜିରୋ ଏଫଆଇଆର’ ଭାବେ ରୁଜୁ କରାଯାଇ ପରେ ବିଞ୍ଝାରପୁର ଥାନାକୁ ହସ୍ତାନ୍ତର କରାଯାଇଥିଲା। ବିଚାରପତି ଜଷ୍ଟିସ ସାବିତ୍ରୀ ରଥଙ୍କ ଇଜିଲାସରେ ଏହି ମାମଲାର ଶୁଣାଣି ଚାଲିଥିଲା। ଶୁଣାଣି ସମୟରେ କୋର୍ଟଙ୍କ ନଜରକୁ ଆସିଥିଲା ଯେ ପୀଡ଼ିତାଙ୍କ ଗର୍ଭାବସ୍ଥା ବର୍ତ୍ତମାନ ପ୍ରାୟ ୨୧ ସପ୍ତାହ ୪ ଦିନରେ ପହଞ୍ଚିଛି ।ମେଡିକାଲ ଟର୍ମିନେସନ ଅଫ ପ୍ରେଗନେନ୍ସି (MTP) ଆକ୍ଟ ଅନୁଯାୟୀ, ଗର୍ଭପାତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟସୀମା ରହିଛି ।

ରାଜ୍ୟ ସରକାରଙ୍କ ଦ୍ୱାରା ସେପ୍ଟେମ୍ବର ୨୦୨୫ରେ ଜାରି କରାଯାଇଥିବା ସ୍ୱତନ୍ତ୍ର ଏସଓପି (SOP) ଆଧାରରେ ନାବାଳିକା ଏବଂ ଜଟିଳ ପରିସ୍ଥିତିରେ ଗର୍ଭପାତ ପାଇଁ ବ୍ୟବସ୍ଥା ରହିଛି । ଡିଏନଏ ପରୀକ୍ଷା ପାଇଁ ନିର୍ଦ୍ଦେଶ ଅଦାଲତ ଗର୍ଭପାତ ଅନୁମତି ଦେବା ସହ ଭ୍ରୂଣର ନମୁନା ସଂଗ୍ରହ କରି ତାହାର ଡିଏନଏ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ଅଭିଯୁକ୍ତ ବିରୋଧରେ ପ୍ରମାଣ ଭାବେ ବ୍ୟବହୃତ ହେବ । ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ପୀଡ଼ିତାଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇଦେବାକୁ କୋର୍ଟ କହିଛନ୍ତି ।

 

Dharitri –Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri