Posted inଜାତୀୟ

ଡିଜିପିଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

ରାଞ୍ଚି, ୩୦ା୮: ଝାଡ଼ଖଣ୍ଡ ଦୁମ୍‌କା ଜିଲାର ଯୁକ୍ତ ୨ ଛାତ୍ରୀ ଅଙ୍କିତା ସିଂଙ୍କୁ ପେଟ୍ରୋଲ ଢାଳି ହତ୍ୟା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଛନ୍ତି। ଜିଲା ଏସ୍‌ପି ଏହି ଟିମ୍‌ର ନେତୃତ୍ୱ ନେବେ। ଘଟଣାରେ ଅଦ୍ୟାବଧି ମୁଖ୍ୟ ଅଭିଯୁକ୍ତ ଶାହାରୁଖ ହୁସେନ୍‌ଙ୍କ ସମେତ ମୋଟ ୨ ଜଣଙ୍କୁ ଗିରଫ କରାଯାଇଛି। ସବୁ ଦିଗରୁ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଝାଡ଼ଖଣ୍ଡ ପୋଲିସ ଏଡିଜି ଏମ୍‌ଏଲ୍‌ ମୀନା କହିଛନ୍ତି। ଅନ୍ୟପକ୍ଷରେ ଝାଡ଼ଖଣ୍ଡ ହାଇକୋର୍ଟ ମଙ୍ଗଳବାର ନିଜ ଆଡ଼ୁ ଏହି ମାମଲା ଗ୍ରହଣ କରିବା ସହ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନୀରଜ ସିହ୍ନାଙ୍କୁ ସମ୍ପୂର୍ଣ୍ଣ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅଙ୍କିତାଙ୍କୁ ନିକଟରେ ଥିବା ଏମ୍ସ ମେଡିକାଲକୁ ନିଆ ନ ଯାଇ କାହିଁକି ରାଞ୍ଚି ରାଜେନ୍ଦ୍ର ଡାକ୍ତରଖାନାକୁ ପଠାଯାଇଥିଲା ବୋଲି ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଡ. ରବି ରଞ୍ଜନ ଏବଂ ଜଷ୍ଟିସ୍‌ ସୁଜିତ୍‌ ନାରାୟଣଙ୍କ ଡିଭିଜନ୍‌ ବେଞ୍ଚ୍‌ ଡିଜିପିଙ୍କୁ ପ୍ରଶ୍ନ କରିଥିଲେ। ଦେଓଘରସ୍ଥିତ ଏମ୍ଦରେ ବର୍ନ ୟୁନିଟ୍‌ରେ ଆବଶ୍ୟକ ମେଡିକାଲ ଉପକରଣ ନ ଥିବାରୁ ତାଙ୍କୁ ରାଞ୍ଚି ନିଆଯାଇଥିଲା ବୋଲି ଡିଜିପି କହିଛନ୍ତି।
ଯେ, ଏକତରଫା ପ୍ରେମରେ ବିଫଳ ହୋଇ ଅଭିଯୁକ୍ତ ଶାହାରୁଖ ଗତ ୨୩ ତାରିଖ ରାତିରେ ଅଙ୍କିତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ସପ୍ତାହେ ଧରି ମୃତ୍ୟୁ ସହ ସଂଗ୍ରାମ ପରେ ୧୯ ବର୍ଷୀୟା ଅଙ୍କିତା ଆଖି ବୁଜିଥିଲେ। ଏହାକୁ ନେଇ ରାଜ୍ୟବ୍ୟାପୀ ଉତ୍ତେଜନା ଦେଖାଦେଇଛି। ଦୋଷୀଙ୍କୁ ସୁରକ୍ଷା ଯୋଗାଇଥିବା ଅଭିଯୋଗରେ ଦୁମ୍‌କା ଏସ୍‌ଡିପିଓ ନୂର୍‌ ମୁସ୍ତାଫାଙ୍କୁ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri