ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ: ଧର୍ମେନ୍ଦ୍ର

ସମ୍ବଲପୁର,୧୭।୬(ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ରାସ୍ତାଘାଟ, ପିଇବା ପାଣି, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସୁଧୁରିବା ପାଇଁ ଦୀର୍ଘମିଆଦୀ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ଲାଗି ଜିଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି। ଅଞ୍ଚଳର ମୌଳିକ ସମସ୍ୟା ଦୂରୀକରଣ ସହ ଲୋକଙ୍କ ଆକାଂକ୍ଷା ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ। ରବିବାର ଜିଲା ପ୍ରଶାସନିକ ଅଧିକାରୀଙ୍କ ବୈଠକ ପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଥିଲେ ଯେ, ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ। କାରଣ ଏହା ପଶ୍ଚିମାଞ୍ଚଳର କେନ୍ଦ୍ରସ୍ଥଳ। ଗମନାଗମନ ଦୃଷ୍ଟିରୁ ପଶ୍ଚିମାଞ୍ଚଳର ସବୁ ଅଞ୍ଚଳକୁ ଯୋଗାଯୋଗର ସୁବିଧା ରହିଛି। ସେଥିପାଇଁ ସମ୍ବଲପୁରର ଜନପ୍ରତିନିଧି ଭାବେ ସେ ସମ୍ବଲପୁରରେ ହାଇକୋର୍ଟ ବେଞ୍ଚ ଦାବିକୁ ସମର୍ଥନ କରୁଥିବା କହିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡ଼ିଶାରେ ଜନ ଆଶୀର୍ବାଦ କାରଣରୁ ଭାଜପା ସରକାର ଗଠନ ହୋଇଛି। ସରକାର ଗଠନର ସ୍ବଳ୍ପ ସମୟ ମଧ୍ୟରେ ଭାଜପା ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି । ଏହି ପରିପ୍ରେକ୍ଷୀରେ ସମ୍ବଲପୁରକୁ ଆଗକୁ ନେବା ପାଇଁ ମଧ୍ୟ ଦଳ ପକ୍ଷରୁ ପ୍ରାଥମିକତା ଦିଆଯାଉଛି। ବର୍ଷାଋତୁକୁ ଦୃଷ୍ଟିରେ ରଖି ସମ୍ବଲପୁରର ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟସେବା, ପରିମଳ, ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ। ଲୋକଙ୍କୁ ସବୁ ସୁବିଧା ସହ କ୍ରୀଡ଼ାକୁ ପ୍ରୋତ୍ସାହନ, କଳା ଓ ସଂସ୍କୃତିକୁ ଆଗକୁ ନେବା ପାଇଁ ବହୁମୁଖୀ ସାଂସ୍କୃତିକ କେନ୍ଦ୍ର ପ୍ରତିଷ୍ଠା କରିବା ଲାଗି ନାଗରିକଙ୍କ ଥିବା ଅପେକ୍ଷା ଉପରେ ମହାନଗର ନିଗମ ଅଧିକାରୀଙ୍କ ସହ ପ୍ରାରମ୍ଭିକ ଆଲୋଚନା କରିଥିବା ସେ ସୂଚନା ଦେଇଥିଲେ।

କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି, ସିନ୍ଦୁରପଙ୍କରୁ ନକ୍ସାପାଲି ପର୍ଯ୍ୟନ୍ତ ପୁରୁଣା ଜାତୀୟ ରାଜପଥ ଏବେ ସ୍ବାଭାବିକ ହୋଇଛି। ଖୁବ୍‌ଶୀଘ୍ର ଆନୁଷଙ୍ଗିକ କାମ ସମ୍ପୂର୍ଣ୍ଣ କରାଯିବ। ସରଲା ଓଭରବ୍ରିଜଠାରୁ ଆଗକୁ ଥିବା ରାସ୍ତାକୁ ୬ ଲେନ୍‌ କରାଯିବା କାମ ଆରମ୍ଭ ହୋଇଛି। ପଡ଼ିଆବାହାଲରୁ ଗୋଶାଳା ପର୍ଯ୍ୟନ୍ତ ୧୮ କିମି ଜାତୀୟ ରାଜପଥ ସମ୍ବଲପୁରର ମୁଖଶାଳା ହେବ। ଏହି ରାଜପଥରେ ସ୍ବାସ୍ଥ୍ୟ ସୁବିଧା ଓ ଟର୍ମିନାଲ ମାର୍କେଟ୍‌ କମ୍ପ୍ଲେକ୍ସର କାମ ଉପରେ ଗୁରୁତ୍ୱ ଦିଆଯିବ। ଏହି ଜାତୀୟ ରାଜପଥ ନୂଆ ସମ୍ବଲପୁର ଅର୍ଥନୀତିର ଶ୍ରୀବୃଦ୍ଧିର ନମୁନା ହେବ। ସମ୍ବଲପୁରରେ ସାମଗ୍ରିକ ବିକାଶକୁ ଗୁରୁତ୍ୱ ଦିଆଯିବା ସହ ସମସ୍ତ ଶିକ୍ଷାନୁଷ୍ଠାନ ସହଯୋଗରେ ଜ୍ଞାନ ଆଧାରିତ ଅର୍ଥନୀତି ଗତିଶୀଳ ହେବ। ଦକ୍ଷତା, ଉଦ୍ୟମିତା ଓ ରୋଜଗାର ଉପରେ ଗୁରୁତ୍ୱ ଦେଇ ସମ୍ବଲପୁରକୁ ଏକ ଶ୍ରୀମନ୍ତ ସହର କରିବା ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ ରହିଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ନିର୍ବାଚନ ସମୟ ଏବଂ ପରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଖବରଦାତା ସମ୍ମିଳନୀରେ ପୂର୍ବତନ ରେଙ୍ଗାଲି ବିଧାୟକ ନାଉରୀ ନାୟକ, ରାଜ୍ୟ ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ଜିଲା ଭାଜପା ସଭାପତି ଗିରୀଶ ପଟେଲ, ବରିଷ୍ଠ ଭାଜପା ନେତା ଡ.ପ୍ରମୋଦ ରଥ, ଗୋବିନ୍ଦ ଅଗ୍ରୱାଲ ଓ ରାଜ୍ୟ ପେନାଲିଷ୍ଟ ମାନସ ରଞ୍ଜନ ବକ୍ସି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri