ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ: ଧର୍ମେନ୍ଦ୍ର

ସମ୍ବଲପୁର,୧୭।୬(ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ରାସ୍ତାଘାଟ, ପିଇବା ପାଣି, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସୁଧୁରିବା ପାଇଁ ଦୀର୍ଘମିଆଦୀ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ଲାଗି ଜିଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି। ଅଞ୍ଚଳର ମୌଳିକ ସମସ୍ୟା ଦୂରୀକରଣ ସହ ଲୋକଙ୍କ ଆକାଂକ୍ଷା ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ। ରବିବାର ଜିଲା ପ୍ରଶାସନିକ ଅଧିକାରୀଙ୍କ ବୈଠକ ପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଥିଲେ ଯେ, ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ। କାରଣ ଏହା ପଶ୍ଚିମାଞ୍ଚଳର କେନ୍ଦ୍ରସ୍ଥଳ। ଗମନାଗମନ ଦୃଷ୍ଟିରୁ ପଶ୍ଚିମାଞ୍ଚଳର ସବୁ ଅଞ୍ଚଳକୁ ଯୋଗାଯୋଗର ସୁବିଧା ରହିଛି। ସେଥିପାଇଁ ସମ୍ବଲପୁରର ଜନପ୍ରତିନିଧି ଭାବେ ସେ ସମ୍ବଲପୁରରେ ହାଇକୋର୍ଟ ବେଞ୍ଚ ଦାବିକୁ ସମର୍ଥନ କରୁଥିବା କହିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡ଼ିଶାରେ ଜନ ଆଶୀର୍ବାଦ କାରଣରୁ ଭାଜପା ସରକାର ଗଠନ ହୋଇଛି। ସରକାର ଗଠନର ସ୍ବଳ୍ପ ସମୟ ମଧ୍ୟରେ ଭାଜପା ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି । ଏହି ପରିପ୍ରେକ୍ଷୀରେ ସମ୍ବଲପୁରକୁ ଆଗକୁ ନେବା ପାଇଁ ମଧ୍ୟ ଦଳ ପକ୍ଷରୁ ପ୍ରାଥମିକତା ଦିଆଯାଉଛି। ବର୍ଷାଋତୁକୁ ଦୃଷ୍ଟିରେ ରଖି ସମ୍ବଲପୁରର ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟସେବା, ପରିମଳ, ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ। ଲୋକଙ୍କୁ ସବୁ ସୁବିଧା ସହ କ୍ରୀଡ଼ାକୁ ପ୍ରୋତ୍ସାହନ, କଳା ଓ ସଂସ୍କୃତିକୁ ଆଗକୁ ନେବା ପାଇଁ ବହୁମୁଖୀ ସାଂସ୍କୃତିକ କେନ୍ଦ୍ର ପ୍ରତିଷ୍ଠା କରିବା ଲାଗି ନାଗରିକଙ୍କ ଥିବା ଅପେକ୍ଷା ଉପରେ ମହାନଗର ନିଗମ ଅଧିକାରୀଙ୍କ ସହ ପ୍ରାରମ୍ଭିକ ଆଲୋଚନା କରିଥିବା ସେ ସୂଚନା ଦେଇଥିଲେ।

କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି, ସିନ୍ଦୁରପଙ୍କରୁ ନକ୍ସାପାଲି ପର୍ଯ୍ୟନ୍ତ ପୁରୁଣା ଜାତୀୟ ରାଜପଥ ଏବେ ସ୍ବାଭାବିକ ହୋଇଛି। ଖୁବ୍‌ଶୀଘ୍ର ଆନୁଷଙ୍ଗିକ କାମ ସମ୍ପୂର୍ଣ୍ଣ କରାଯିବ। ସରଲା ଓଭରବ୍ରିଜଠାରୁ ଆଗକୁ ଥିବା ରାସ୍ତାକୁ ୬ ଲେନ୍‌ କରାଯିବା କାମ ଆରମ୍ଭ ହୋଇଛି। ପଡ଼ିଆବାହାଲରୁ ଗୋଶାଳା ପର୍ଯ୍ୟନ୍ତ ୧୮ କିମି ଜାତୀୟ ରାଜପଥ ସମ୍ବଲପୁରର ମୁଖଶାଳା ହେବ। ଏହି ରାଜପଥରେ ସ୍ବାସ୍ଥ୍ୟ ସୁବିଧା ଓ ଟର୍ମିନାଲ ମାର୍କେଟ୍‌ କମ୍ପ୍ଲେକ୍ସର କାମ ଉପରେ ଗୁରୁତ୍ୱ ଦିଆଯିବ। ଏହି ଜାତୀୟ ରାଜପଥ ନୂଆ ସମ୍ବଲପୁର ଅର୍ଥନୀତିର ଶ୍ରୀବୃଦ୍ଧିର ନମୁନା ହେବ। ସମ୍ବଲପୁରରେ ସାମଗ୍ରିକ ବିକାଶକୁ ଗୁରୁତ୍ୱ ଦିଆଯିବା ସହ ସମସ୍ତ ଶିକ୍ଷାନୁଷ୍ଠାନ ସହଯୋଗରେ ଜ୍ଞାନ ଆଧାରିତ ଅର୍ଥନୀତି ଗତିଶୀଳ ହେବ। ଦକ୍ଷତା, ଉଦ୍ୟମିତା ଓ ରୋଜଗାର ଉପରେ ଗୁରୁତ୍ୱ ଦେଇ ସମ୍ବଲପୁରକୁ ଏକ ଶ୍ରୀମନ୍ତ ସହର କରିବା ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ ରହିଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ନିର୍ବାଚନ ସମୟ ଏବଂ ପରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଖବରଦାତା ସମ୍ମିଳନୀରେ ପୂର୍ବତନ ରେଙ୍ଗାଲି ବିଧାୟକ ନାଉରୀ ନାୟକ, ରାଜ୍ୟ ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ଜିଲା ଭାଜପା ସଭାପତି ଗିରୀଶ ପଟେଲ, ବରିଷ୍ଠ ଭାଜପା ନେତା ଡ.ପ୍ରମୋଦ ରଥ, ଗୋବିନ୍ଦ ଅଗ୍ରୱାଲ ଓ ରାଜ୍ୟ ପେନାଲିଷ୍ଟ ମାନସ ରଞ୍ଜନ ବକ୍ସି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri