ସହାୟତା ପାଇଁ ହାଇକୋର୍ଟରେ ମାମଲା: ବର୍ଷେ ଯାଏ ଆଇନଜୀବୀଙ୍କୁ ମିଳୁ ମାସିକ ୨୫ ହଜାର

କଟକ ଅଫିସ,୧୬ା୭: କରୋନା ଯୋଗୁ ଗତ ମାର୍ଚ୍ଚ ୨୨ତାରିଖ ପରଠୁ କୋର୍ଟଗୁଡ଼ିକର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଫଳରେ ଆଇନ୍‌ଜୀବୀମାନେ ରୋଜଗାର ହରାଇଛନ୍ତି। ଏଣୁ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ପ୍ରତ୍ୟେକ ଆଇନ୍‌ଜୀବୀଙ୍କୁ ମାସିକ ୨୫ ହଜାର ଟଙ୍କା ଲେଖାଏ ସହାୟତା ରାଶି ସରକାର ଦିଅନ୍ତୁ ବୋଲି ଆବେଦନ କରାଯାଇ ହାଇକୋର୍ଟରେ ବୁଧବାର ଏକ ମାମଲା ରୁଜୁ ହୋଇଛି। ରାଜ୍ୟ ସରକାରଙ୍କୁ ଏ ନେଇ ନିର୍ଦ୍ଦେଶ ଦେବା ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। କ୍ରିମିନାଲ କୋର୍ଟସ ବାର୍‌ ଆସୋସିଏସନ୍‌ ପୂର୍ବତନ ସଭାପତି ଆଇନଜୀବୀ ଅକ୍ଷୟ କୁମାର ପତିଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଛି। ଆବେଦନକାରୀ ଉଲ୍ଲେଖ କରିଛନ୍ତି ଯେ, ନିମ୍ନ ଅଦାଲତଠାରୁ ଆରମ୍ଭ କରି ହାଇକୋର୍ଟ ଏବଂ ବିଭିନ୍ନ ଟ୍ରିବ୍ୟୁନାଲ୍‌ରେ ରାଜ୍ୟବ୍ୟାପୀ ପ୍ରାୟ ୫୦ ହଜାର ଆଇନଜୀବୀ କାର୍ଯ୍ୟ କରୁଛନ୍ତି। କୋର୍ଟ କାର୍ଯ୍ୟ ସ୍ବାଭାବିକ ଥିବାବେଳେ ମାମଲା ପରିଚାଳନାରୁ ଯାହା ଆୟ କରୁଥିଲେ, ସେଥିରେ ପରିବାର ଚଳାଉଥିଲେ। ତେବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଏବଂ ଶଟ୍‌ଡାଉନ୍‌ ଜାରି ପରେ କୋର୍ଟ କାର୍ଯ୍ୟ ଠପ୍‌ ହୋଇପଡ଼ିଛି। କେବଳ ଜରୁରୀ ମାମଲାର ଶୁଣାଣି କରାଯାଉଛି। ସ୍ବଳ୍ପ ସଂଖ୍ୟକ ଆଇନଜୀବୀ ମାମଲା ପରିଚାଳନା କରୁଥିବାବେଳେ ଅଧିକାଂଶ କାମ ନ ପାଇ ବସି ରହିଛନ୍ତି। ଅପରପକ୍ଷେ କୋର୍ଟ ଫି, ଷ୍ଟାମ୍ପ ଫି ଆଦି ଜରିଆରେ ସରକାର ରାଜସ୍ବ ପାଉଛନ୍ତି। ପ୍ରତିବଦଳରେ ଆଇନଜୀବୀଙ୍କୁ ସହାୟତା ପ୍ରଦାନ ଦିଗରେ କୌଣସି ପଦକ୍ଷେପ ନେଇନାହାନ୍ତି। ଏଣୁ ଆସନ୍ତା ଏକବର୍ଷ କିମ୍ବା କରୋନା ପ୍ରଭାବ ଲାଗି ରହିବା ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଆଇନଜୀବୀଙ୍କୁ ମାସିକ ୨୫ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଉ। ଏ ନେଇ ସର୍ବଭାରତୀୟ ସ୍ତରରେ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବା ପାଇଁ ନିବେଦନ କରାଯାଇଛି। ମାମଲାରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri