ଅବସର ନେଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର

କଟକ,୪ା୧୦ (କାର୍ତ୍ତିକ ସାହୁ)ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ବୁଧବାରଠାରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରାଳୟର ବିଜ୍ଞପ୍ତି ଅନୁସାରେ ରାଷ୍ଟ୍ରପତି ଓଡ଼ିଶା ହାଇକୋର୍ଟର ବିଚାରପତି ଡ. ଷଡ଼ଙ୍ଗୀଙ୍କୁ ଏହି ନିଯୁକ୍ତି ଦେଇଥିବା ଜଣାପଡିଛି। ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗଁା ଅନ୍ତର୍ଗତ ପାନତିଖରି ଶାସନରେ ଜନ୍ମଗ୍ରହଣ କରିଥିଲେ। ସେ ମଧ୍ୟ ଓଡ଼ିଶା ଅର୍ଥ ସେବାର ଜଣେ ସିନିୟର ପ୍ରଥମ ଶ୍ରେଣୀ ଉପଦେଷ୍ଟା ଭାବେ କାର୍ଯ୍ୟ କରିଥିଲେ। କଟକ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଓ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଶେଷ ପରେ ଆଇନରେ ପିଏଚ୍‌.ଡି କରିଥିଲେ। ଅପରପକ୍ଷରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶୁଭାଶିଷ ତାଳପତ୍ର ଗତ ଅଗଷ୍ଟ ୮ ତାରିଖରେ ଶପଥ ଗ୍ରହଣ କରିଥିଲେ। ତାଳପତ୍ର ୨୦୧୧ ନଭେମ୍ବର ୧୫ରେ ଗୁଆହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ଏହାପରେ ସେ ୨୦୧୩ରେ ତ୍ରିପୁରା ହାଇକୋର୍ଟର ବିଚାରପତି ଭାବେ ଯୋଗଦେଇଥିଲେ। ୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ୨୦୨୨ ଜୁନ୍‌ ୧୦ ତାରିଖରେ ଓଡ଼ିଶା ହାଇକୋର୍ଟକୁ ତାଙ୍କର ବଦଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri