Posted inଜାତୀୟ

ଭାଜପା ମହିଳା ବିଧାୟକଙ୍କ ନିର୍ବାଚନକୁ ବେଆଇନ ଘୋଷିତ କଲେ ହାଇକୋର୍ଟ…

ଇଟାନଗର,୨୭।୪ : ଗୁଆହାଟୀ ହାଇକୋର୍ଟ ଅରୁଣାଚଳ ପ୍ରଦେଶର ଭାଜପା ମହିଳା ବିଧାୟକ ଦାସଙ୍ଗଲୁ ପୁଲଙ୍କ ନିର୍ବାଚନକୁ ବେଆଇନ ଘୋଷଣା କରିଛନ୍ତି। ଭାଜପା ବିଧାୟକ ତାଙ୍କ ନିର୍ବାଚନୀ ସତ୍ୟପାଠରେ ସମ୍ପତ୍ତି ସହ ଜଡିତ ତଥ୍ୟ ଲୁଚାଇଥିବା ଅଭିଯୋଗ ହୋଇଛି। କଂଗ୍ରେସ ନେତା ଭାଜପା ବିଧାୟକଙ୍କ ବିରୋଧରେ ମାମଲା ଦାଏର କରିଥିଲେ। ଏବେ ଭାଜପା ବିଧାୟକ ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ କହିଛନ୍ତି।

ଗୁଆହାଟୀ ହାଇକୋର୍ଟର ଇଟାନଗର ବେଞ୍ଚ ଅନଜାଓ୍ବ ଜିଲାର ହାୟୁଲିଆନ୍ସ ଆସନର ବିଧାୟକ ଦାସଙ୍ଗଲୁ ପୁଲଙ୍କ ନିର୍ବାଚନକୁ ନିଷ୍କ୍ରିୟ କରିଛନ୍ତି। ଲୋକ ପ୍ରତିନିଧୀ ଅଧିନିୟମ ଅନୁଯାୟୀ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କାଲିଖୋ ପୁଲଙ୍କ ତୃତୀୟ ସ୍ତ୍ରୀ ହେଉଛନ୍ତି ଦାସଙ୍ଗଲୁ ପୁଲ। ସ୍ବମୀଙ୍କ ମୃତ୍ୟୁ ପରେ ୨୦୧୬ ଉପନିର୍ବାଚନରେ ଦାସଙ୍ଗଲୁ ପୁଲ ପ୍ରଥମ ଥର ପାଇଁ ଜିତିଥିଲେ। ଏହା ପରେ ସେ ୨୦୧୯ ବିଧାନସଭା ନିର୍ବାଚନରେ ପୁନର୍ବାର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ।

୨୦୧୯ ନିର୍ବାଚନରେ ଦାସଙ୍ଗଲୁ ପୁଲ କଂଗ୍ରେସ ପ୍ରାର୍ଥିନୀ ଲୁପାଲମ କ୍ୟୁରୀଙ୍କୁ ପରାସ୍ତ କରିଥିଲେ। ପରେ କୋର୍ଟରେ ଦାସଙ୍ଗଲୁଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରିଥିଲେ କ୍ୟୁରୀ। କ୍ୟୁରୀ ଅଭିଯୋଗ କରିଥିଲେ, ଦାସଙ୍ଗଲୁ ତାଙ୍କ ସତ୍ୟପାଠରେ ସମ୍ପତ୍ତି ସହ ଜଡିତ ତଥ୍ୟ ଲୁଚାଇ ରଖିଛନ୍ତି। କ୍ୟୁରୀ ଦାବି କରିଛନ୍ତି, ଦାସଙ୍ଗଲୁ ପୁଲଙ୍କ ସ୍ବାମୀଙ୍କର ମୁମ୍ବାଇରେ ଚାରିଟି ଏବଂ ଅରୁଣାଚଳ ପ୍ରଦେଶରେ ଦୁଇଟି ସମ୍ପତ୍ତି ଅଛି, କିନ୍ତୁ ସେ ତାଙ୍କ ସତ୍ୟପାଠରେ ଏହା ପ୍ରକାଶ କରି ନାହାଁନ୍ତି।

ଏହା ଶୁଣି ଜଷ୍ଟିସ ନାନି ତାଗିଆ ଲୋକ ପ୍ରତିନିଧୀ ଅଧିନିୟମର ଧାରା ୩୬ (୨) (କ) ଅନୁଯାୟୀ ଭାଜପା ବିଧାୟିକାଙ୍କ ନିର୍ବାଚନକୁ ରଦ୍ଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri