ମୋକିମଙ୍କ ପିଟିଶନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିଶନକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଏଥିସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ହଜାର ଟଙ୍କା ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦାଖଲ ହୋଇଥିବା ସତ୍ୟପାଠରେ ବରିଷ୍ଠ କଂଗ୍ରେସ ନେତା ମୋକିମ ତାଙ୍କର ଆପରାଧିକ ରେକର୍ଡ ଓ ସମ୍ପତ୍ତି ବିଷୟରେ ଭୁଲ ତଥ୍ୟ ଦେଇଛନ୍ତି, ଯାହା ଲୋକପ୍ରତିନିଧି ଅଧିନିୟମ ୧୯୫୧ ଧାରା ୩୩କୁ ଉଲ୍ଲଂଘନ କରୁଛି ବୋଲି ପରାଜିତ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ। ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ ବୋଲି ସେ ହାଇକୋର୍ଟରେ ଆବେଦନ କରିଥିଲେ। ତେବେ ଦେବାଶିଷଙ୍କ ନିର୍ବାଚନ ମାମଲାକୁ ବିନା ଶୁଣାଣିରେ ଖାରଜ କରିବାକୁ ମୋକିମ ହାଇକୋର୍ଟରେ ଏକ ପିଟିଶନ ଦାଏର କରିଥିଲେ। ତାହାକୁ ହାଇକୋର୍ଟ ଖାରଜ କରିବା ସହ ଆସନ୍ତା ୨୯ ତାରିଖରେ ଦେବାଶିଷଙ୍କ ଦ୍ୱାରା ଆଗତ ନିର୍ବାଚନ ମାମଲାର ଶୁଣାଣି ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri